ଆର୍ୟନଙ୍କୁ ସମର୍ଥନ କଲେ ହ୍ରିତିକ

ମୁମ୍ବାଇ: ଶାହାରୁଖ୍‌ ଖାନ୍‌ଙ୍କ ପୁଅ ଆର୍ୟନ ଖାନ୍‌ ଡ୍ରଗ୍ସ ମାମଲାରେ ଗିରଫ ହେବା ପରେ ଏ ନେଇ ଜୋର ଚର୍ଚ୍ଚା ଚାଲିଛି। ଅନେକ ଅଭିନେତା ଆର୍ୟନଙ୍କୁ ଏହି ବିପଦ ସମୟରେ ସମର୍ଥନ ଜଣାଉଛନ୍ତି। ହ୍ରିତିକ ରୋଶନ ଓ ତାଙ୍କ ପ୍ରଥମ ସ୍ତ୍ରୀ ମଧ୍ୟ ଏବେ ଆର୍ୟନଙ୍କୁ ସମର୍ଥନ ଜଣାଇଛନ୍ତି।
ଏ ଭଳି ସମୟରେ ସାହସ ଓ ଦୃଢ଼ତାର ସହ ରହିବାକୁ ହ୍ରିତିକ ରୋଶନ ସୋସିଆଲ ମିଡିଆରେ ଆର୍ୟନଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି । ଜୀବନର କଠିନ ସମୟରେ ଭାଙ୍ଗି ନ ପଡ଼ି ସାବଧାନ ରହିବାକୁ ହେବ। ଅନ୍ଧାର ପରେ ହିଁ ଆଲୋକ ଆସିଥାଏ। ନିଜର ରାଗ, ହିଂସାଠୁ ଦୂରେଇ ଏକା ସବୁକିଛି ସାମ୍ନା କରିବାକୁ ପଡ଼ିବ। ଭୁଲ୍‌ ଓ ବିଫଳତା ପରେ ହିଁ ସଫଳତା ମିଳିଥାଏ। ତେଣୁ ଏହି ସମୟରେ ନିଜକୁ ହିରୋ ପରି ଶାନ୍ତ ରହି ପରିସ୍ଥିତିର ସାମ୍ନା କରିବାକୁ ସେ ସାହସ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri