ହ୍ରିତିକ୍‌ଙ୍କୁ ମିଳିଗଲା ନୂଆ ପ୍ରେମିକା

ବଲିଉଡର ପ୍ରସିଦ୍ଧ ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହର ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ଏକ ଗ୍ରାଣ୍ଡ ପାର୍ଟିର ଆୟୋଜନ କରିଥିଲେ। ବଲିଉଡର ପ୍ରାୟ ସମସ୍ତ ଆଗଧାଡିର କଳାକାର ଏହି ପାର୍ଟିରେ ଯୋଗ ଦେଇଥିଲେ। କିନ୍ତୁ ଏହି ପାର୍ଟିର ସବୁଠୁ ଆକର୍ଷିତ ଯୋଡି ଥିଲେ ହ୍ରିତିକ ରୋଶନ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ। ଉଭୟ ପରସ୍ପରର ହାତ ଧରି ପାର୍ଟିରେ ପହଞ୍ଚିଥିଲେ। ହ୍ରିତିକ ଏବଂ ସବା ପାର୍ଟିରେ ପ୍ରବେଶ କରିବା ମାତ୍ରେ ସମସ୍ତ ନଜର ସେମାନଙ୍କ ଉପରେ ଥିଲା। ଉଭୟ କଳା ଡ୍ରେସ୍‌ ପିନ୍ଧିଥିଲେ। ପାର୍ଟି ସମୟରେ ଦୁହେଁ ବହୁତ ଖୁସି ଦେଖାଯାଉଥିଲେ। ପ୍ରଥମ ଥର କୌଣସି ପାର୍ଟିରେ ସବାଙ୍କ ସହ ହ୍ରିତିକ  ଫଟୋ ପୋଜ୍‌ ଦେଇଛନ୍ତି। ଯଦିଓ ପୂର୍ବରୁ ଉଭୟଙ୍କୁ ଅନେକ ସ୍ଥାନରେ ଦେଖିବାକୁ ମିଳିଥିଲା, କିନ୍ତୁ ଏହାପୂର୍ବରୁ ଦୁହେଁ ଫଟୋ ପାଇଁ ଏକତ୍ର ପୋଜ୍‌ ଦେଇ ନ ଥିଲେ।
ହ୍ରିତିକ ଦୀର୍ଘ ଦିନ ଦିନର ପ୍ରେମ ସମ୍ପର୍କ ପରେ ସୁଜାନେ ଖାନଙ୍କୁ ବିବାହ କରିଥିଲେ। ଉଭୟଙ୍କର ୨ ସନ୍ତାନ ଅଛନ୍ତି। କିନ୍ତୁ ଦୁହେଁ ୨୦୧୪ରେ ପରସ୍ପରଠାରୁ ଅଲଗା ହୋଇଯାଇଥିଲେ। ଏବେ ସୁଜାନେ ଅଭିନେତା ଅର୍ସଲାନ ଗୋନିଙ୍କୁ ଡେଟ କରୁଛନ୍ତି।
ହ୍ରିତିକ ରୋଶନ ଖୁବ ଶୀଘ୍ର ସିଦ୍ଧାର୍ଥ ଆନନ୍ଦଙ୍କ ଆକ୍ସନ ଫିଲ୍ମ ‘ଫାଇଟର୍‌’ରେ ନଜର ଆସିବେ। ଏହି ଫିଲ୍ମରେ ହ୍ରିତିକଙ୍କ ସହ ଦୀପିକା ପାଦୁକୋନଙ୍କୁ ଦେଖିବାକୁ ମିଳିବ। ଏହି ଯୋଡି ପ୍ରଥମ ଥର ପରଦାରେ ଏକାଠି ଅଭିନୟ କରିବେ। ଏହି ଫିଲ୍ମ ଆସନ୍ତା ବର୍ଷ ସେପ୍ଟେମ୍ବରରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?