ଖାସ୍‌ ଅନ୍ଦାଜ୍‌ରେ ଗର୍ଲଫ୍ରେଣ୍ଡଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ହ୍ରିତିକ୍‌

ବଲିଉଡ ସୁପରଷ୍ଟାର ହ୍ରିତିକ ରୋଶନ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଫାଇଟର୍‌’ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଅଭିନେତାଙ୍କୁ ପୁଣି ଥରେ ପରଦାରେ ଦେଖିବାକୁ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ଏସବୁ ମଧ୍ୟରେ ଅଭିନେତା ଆଜି ତାଙ୍କ ଲେଡି ଲଭ୍‌ ସବା ଆଜାଦଙ୍କ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଦିନରେ ଅଭିନେତା ତାଙ୍କ ଗର୍ଲଫ୍ରେଣ୍ଡ ପାଇଁ ଏକ ସୁନ୍ଦର ନୋଟ ମଧ୍ୟ ଶେୟାର କରିଛନ୍ତି। ଅଭିନେତା ତଥା ଗାୟକ ସବା ଆଜାଦଙ୍କ ଜନ୍ମଦିନରେ ତାଙ୍କ ପ୍ରେମିକ ଅଭିନେତା ହ୍ରିତିକ ରୋଶନ ତାଙ୍କ ପାଇଁ ଏକ ସୁନ୍ଦର ନୋଟ ଲେଖିଛନ୍ତି।
ହ୍ରିତିକ ସବାଙ୍କ ସହ ଏକ ସୁନ୍ଦର ଫଟୋ ଶେୟାର କରି ଲେଖିଛନ୍ତି, ଆମେ ସମସ୍ତେ ଏପରି ଏକ ସ୍ଥାନ ଖୋଜୁଛୁ ଯେଉଁଠାରେ ନିଜକୁ ସୁରକ୍ଷିତ ଅନୁଭବ କରିପାରିବୁ। ସେହି ସ୍ଥାନ ଯେଉଁଠାରେ ଆମେ ଦୁହେଁ ପରସ୍ପର ପାଇଁ ଆମର ଅନୁଭବ ଶେୟାର କରିପାରିବୁ। ଯେଉଁ ଜାଗାରେ ଆମେ ଦୁହେଁ ଚିତ୍କାର କରି ପରସ୍ପର ପ୍ରତି ଆମର ପ୍ରେମ ବ୍ୟକ୍ତ କରିପାରିବୁ।
ହ୍ରିତିକ ଆହୁରି ଲେଖିଛନ୍ତି, ମୁଁ ତୁମ ସହିତ ଘର ଭଳି ସମ୍ପୂର୍ଣ୍ଣ ଅନୁଭବ କରୁଛି। ଆମର ଯାତ୍ରା ଏଠାରୁ ଆରମ୍ଭ। ପ୍ରତ୍ୟେକ ସାଧାରଣ ଜିନିଷକୁ ସ୍ବତନ୍ତ୍ର କରିବା ପାଇଁ ମୁଁ ତୁମଠାରୁ ଶିଖିଛ। ତୁମେ ଯେମିତି ସେମିତି ହୋଇ ରହିଥିବାରୁ ଧନ୍ୟବାଦ। ଆମେ ଅଧିକ ଦୁଃସାହସିକ କାର୍ଯ୍ୟ ପାଇଁ ପ୍ରସ୍ତୁତ। ଜନ୍ମଦିନର ଶୁଭେଚ୍ଛା।
ହ୍ରିତିକ ରୋଶନଙ୍କ ଆଗାମୀ ଫିଲ୍ମ ବିଷୟରେ କହିବାକୁ ଗଲେ ତାଙ୍କୁ ‘ଫାଇଟର୍‌’ରେ ଦେଖିବାକୁ ମିଳିବ। ଆସନ୍ତା ବର୍ଷ ଗଣତନ୍ତ୍ର ଦିବସରେ ‘ଫାଇଟର୍‌’ ରିଲିଜ ହେବାକୁ ଯାଉଛି। ଅନିଲ କପୁର, କରଣ ସିଂ ଗ୍ରୋଭର, ସଞ୍ଜୀଦା ଶେଖ ପ୍ରମୁଖ ନଜର ଆସିବେ।

 

View this post on Instagram

 

A post shared by Hrithik Roshan (@hrithikroshan)


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri