ସବାଙ୍କ ଫ୍ୟାନ୍‌ ହେଲେ ହ୍ରିତିକ୍‌ଙ୍କ ସମ୍ପର୍କୀୟ

ବଲିଉଡ୍‌ ସୁପରଷ୍ଟାର ହ୍ରିତିକ ରୋଶନ ଏବେ ତାଙ୍କ ସିକ୍ରେଟ ଗର୍ଲଫ୍ରେଣ୍ଡଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ସବା ଆଜାଦଙ୍କ ସହିତ ତାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। କିଛି ଦିନ ହେବ ସବା ଏବଂ ହ୍ରିତିକଙ୍କ ପରିବାରର ଘନିଷ୍ଠତା ମଧ୍ୟ ଦେଖିବାକୁ ମିଳିଛି। ନିକଟରେ ରୋଶନ ପରିବାର ସବାଙ୍କ ଉପରେ ଢେର୍‌ ସାରା ପ୍ରେମ ଦେଖାଇ ତାଙ୍କୁ ଖାଇବା ପଠାଇଥିଲେ। ବର୍ତ୍ତମାନ ସବା ସୋସିଆଲ ମିଡିଆରେ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ ହ୍ରିତିକଙ୍କ ସମ୍ପର୍କୀୟ ପଶ୍ମିନା ଏକ ସୁନ୍ଦର କମେଣ୍ଟ ଦେଇଛନ୍ତି। ଏହି କମେଣ୍ଟରୁ ଏହା ସ୍ପଷ୍ଟ ଯେ, ସେ ସବାଙ୍କ ଫଟୋକୁ ବହୁତ ପସନ୍ଦ କରିଛନ୍ତି ।
ସାବାଙ୍କୁ ୱେବ ସିରିଜ ‘ରକେଟ ବଏଜ’ରେ ଦେଖିବାକୁ ମିଳିଥିଲା। ଅଭିନେତ୍ରୀ ୱେବ ସିରିଜ୍‌ର ଏକ ଫଟୋ ଇନଷ୍ଟାଗ୍ରାମରେ କରିଛନ୍ତି। ଏହି ଫଟୋରେ, ସବା ଏକ ପିଚ କଲର ଶାଢ଼ୀରେ ବହୁତ ସୁନ୍ଦର ଦେଖାଯାଉଛନ୍ତି। ଫଟୋ ସହିତ କ୍ୟାପଶନରେ ଲେଖିଛନ୍ତି, ‘ମିସ, ପରୱାନା ଇରାନୀ, ସିର୍ସା ୧୯୪୨ସବାଙ୍କ ଏହି ଫଟୋରେ ହ୍ରିତିକଙ୍କ ସମ୍ପର୍କୀୟ ପଶ୍ମିନା ମନ୍ତବ୍ୟ ଦେଇଛନ୍ତି।
ହ୍ରିତିକ ରୋଶନଙ୍କ ଭଉଣୀ ତଥା ରାଜେଶ ରୋଶନଙ୍କ ଝିଅ ପଶ୍ମିନା କମେଣ୍ଟ ଦେଇ ଲେଖିଛନ୍ତି, ‘ଉଫ’ ଏହା ସହିତ ପଶ୍ମିନା ମଧ୍ୟ ହୃଦୟର ଏକ ଇମୋଜି ପୋଷ୍ଟ କରିଛନ୍ତି। ପଶ୍ମିନାଙ୍କ ଏହି ମନ୍ତବ୍ୟ ଉପରେ ସବା ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ସେ ଚୁମ୍ବନ ଇମୋଜି ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri