ଫୋପାଡି ଥିଲେ ଗରମପାଣି, ହେଲେ ନିଲମ୍ବିତ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ବାଙ୍ଗିରିପୋଷି (ସଞ୍ଜୟ କୁମାର ଅଗ୍ରଓ୍ବାଲା), ୨୭।୮: ବିଳମ୍ବରେ ଅଫିସ ଆସିଲେ ବୋଲି ଅଗ୍ନିଶମ ବିଭାଗର ହାବିଲଦାର ଜଣେ ତଳିଆ କର୍ମଚାରୀଙ୍କ ଉପରକୁ ଗରମ ପାଣି ଫିଙ୍ଗିବା ଆଲୋଚ୍ୟର ବିଷୟ ପାଲଟିଛି। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପରିସରରେ ରବିବାର ରାତିରେ ଏହି ଘଟଣା ଘଟିଛି। ଗୁରୁତର ଅଗ୍ନିଶମ କର୍ମଚାରୀ ଦୁଷ୍ମନ୍ତ କୁମାର ଦେହୁରୀଙ୍କୁ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧିକାରୀ ହାବିଲଦାର ନୂତନ ମଲ୍ଲିକଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଥିବା ଅତିରିକ୍ତ ଫାୟାର ଅଫିସର ବିଶ୍ୱନାଥ ମୁଣ୍ଡା ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ଅଗ୍ନିଶମ କର୍ମଚାରୀ ଦେହୁରୀ ରବିବାର ରାତିରେ ବିଳମ୍ବରେ କାର୍ଯ୍ୟାଳୟକୁ ଆସିବାରୁ ଉପରିସ୍ଥ ଅଧିକାରୀ ହାବିଲଦାର ମଲ୍ଲିକ ତାଙ୍କୁ ତାଗିଦା କରିଥିଲେ। ଏନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ହାବିଲଦାର ମଲ୍ଲିକ ଫୁଟୁଥିବା ଗରମପାଣିକୁ ଆଣି ଦେହୁରୀଙ୍କ ଉପରକୁ ଛାଟିଥିଲେ। ତାଙ୍କ ଜଙ୍ଘ ଏବଂ ଗୋଡ଼ରେ ଗରମପାଣି ପଡ଼ିବାରୁ ସେ ଗୁରୁତର ହୋଇଥିଲେ। ସଙ୍ଗେସଙ୍ଗେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅଧିକ ଚିକିତ୍ସା ପାଇଁ ସୋମବାର ସକାଳେ ତାଙ୍କୁ ପିଆର୍‌ଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri