ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଜିତେନ୍ଦ୍ରଙ୍କ ୪ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ । ଭୁବନେଶ୍ବର ବଡ଼ଗଡ଼ ଗୋପାଳୁଣି ନଗର, ବ୍ରିଟ କଲୋନୀ, ଖୋର୍ଦ୍ଧା ଓ ବାରଙ୍ଗ ତହସିଲ କାର୍ଯ୍ୟାଳୟରେ ଥିବା ଜିତେନ୍ଦ୍ରଙ୍କ ଚ୍ୟାମ୍ବରରେ ରେଡ ହୋଇଛି । ଏହି ଚାଉରେ ୪ ଜଣ ଡିଏସପି, ୭ ଇନ୍ସପେକ୍ଟର ନିୟୋଜିତ ହୋଇଛନ୍ତି ।
ଅନୁସନ୍ଧାନ ସମୟରେ,ଜିତେନ୍ଦ୍ରଙ୍କ ଭୁବନେଶ୍ୱରରେ ୨ଟି ବହୁମହଲା କୋଠା, ଉତ୍ତରା, ଭୁବନେଶରରେ ଗୋଟିଏ 2 BHK ଫ୍ଲାଟ ଏବଂ ଖୋର୍ଦ୍ଧା ଟାଉନରେ ଗୋଟିଏ ବହୁମହଲା କୋଠା, ୪ଟି ଉଚ୍ଚ ମୂଲ୍ୟର ପ୍ଲଟ, ୧୦୦ ଗ୍ରାମ ସୁନା, ନଗଦ ୬.୨୦ ଲକ୍ଷ ଟଙ୍କା, ଗୋଟିଏ ଚାରି ଚକିଆ (KIA ସେଲଟୋସ) ଏବଂ ୪ଟି ଦୁଇ ଚକିଆ ଯାନ ରହିଛି। ଆଗକୁ ଭୁବନେଶ୍ୱରର SBIରେ ଗୋଟିଏ ଲକର୍‌ ଖୋଲାଯିବା ବାକି ଅଛି। ବ୍ୟାଙ୍କ, ପୋଷ୍ଟାଲ ଜମା ଏବଂ ଅନ୍ୟାନ୍ୟ ନିବେଶ ଇତ୍ୟାଦି ନିର୍ଣ୍ଣୟ କରାଯାଉଛି। ୧୯୯୫ରେ ପଞ୍ଚାୟତ ସମ୍ପାଦକ ଭାବେ ମାସିକ ୨୨ ଶହ ଟଙ୍କାରେ ଚାକିରି ଆରମ୍ଭ କରିଥିଲେ ଜିତେନ୍ଦ୍ର।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍‌ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…

କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri