ଇଷ୍ଟର୍ନ ମିଡିଆ ଆକାଉଣ୍ଟରେ ଜମା ହୋଇଛି ବିପୁଳ ଟଙ୍କା

ଭୁବନେଶ୍ୱର,୨୩।୯(ସତ୍ୟଜିତ୍‌ ରାଉତ): ଇଷ୍ଟର୍ନ ମିଡିଆ ଲିମିଟେଡ୍‌ର ଦୈନିକ ଖବରକାଗଜ ସମ୍ବାଦରେ କର୍ମଚାରୀଙ୍କ ନାମରେ ଜାଲିଆତି କରି ବ୍ୟାଙ୍କରୁ ଋଣ ଉଠାଣ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଖୋଳତାଡ଼ ଜାରି ରଖିଛି। ଗତ କିଛିବର୍ଷ ମଧ୍ୟରେ ଇଷ୍ଟର୍ନ ମିଡିଆ ଲିମିଟେଡ/ସମ୍ବାଦର ବ୍ୟାଙ୍କ ଆକାଉଣ୍ଟଗୁଡ଼ିକରେ ବିପୁଳ ଟଙ୍କା ଜମା ହୋଇଥିବା ଇଓଡବ୍ଲ୍ୟୁ ପକ୍ଷରୁ ଶୁକ୍ରବାର ଜାରି ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି। ସଂସ୍ଥାର ବ୍ୟାଙ୍କ ଆକାଉଣ୍ଟଗୁଡ଼ିକର ଯାଞ୍ଚବେଳେ ଏହା ଜଣାପଡ଼ିଥିବା ସୂଚନା ଦିଆଯାଇଛି। ପ୍ରେସ୍‌ ବିବୃତିରେ ଉଲ୍ଲେଖ ରହିଛି ଯେ, ଗୁରୁବାର ଇଓଡବ୍ଲ୍ୟୁର ଏକ ଟିମ୍‌ ସମ୍ବାଦ ଅଫିସରେ ଯାଞ୍ଚ କରିଥିଲା। ହେଲେ ଏହି ସମୟରେ ସମ୍ବାଦ ଅଧିକାରୀ ତଥା କର୍ମଚାରୀମାନେ ତଦନ୍ତରେ ସହଯୋଗ କରି ନ ଥିଲେ। ଅନେକ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌ ତଥା ଦସ୍ତାବିଜ୍‌ ମିଳି ନ ଥିଲା। କିଛି ସନ୍ଦେହଜନକ ଦସ୍ତାବିଜ୍‌କୁ ଦେବା ପାଇଁ ସମ୍ବାଦ ଅଧିକାରୀମାନେ ଇଓଡବ୍ଲ୍ୟୁ ଟିମ୍‌କୁ ମନା କରିଦେଇଥିଲେ। ସଂସ୍ଥାର ଆକାଉଣ୍ଟ୍‌ ଓ ଏଚ୍‌ଆର୍‌ ସେକ୍ସନ୍‌ର କିଛି ପ୍ରାସଙ୍ଗିକ କମ୍ପ୍ୟୁଟର୍‌ ଫାଇଲ୍‌ର କପି ନେବା ପାଇଁ ଇଓଡବ୍ଲ୍ୟୁ ଚାହିଁଥିଲେ ମଧ୍ୟ ସଂସ୍ଥା ପକ୍ଷରୁ ବାରଣ କରାଯାଇଥିଲା। ଏଭଳି ପରିସ୍ଥିତିରେ କିଛି ହାର୍ଡଡିସ୍କକୁ ଜବତ କରିବାକୁ ଇଓଡବ୍ଲ୍ୟୁ ଟିମ୍‌ ବାଧ୍ୟ ହୋଇଥିଲେ ବୋଲି କୁହାଯାଇଛି। ତଦନ୍ତ ସମୟରେ ସମ୍ବାଦର ଆଉ କେତେଜଣ ପୀଡ଼ିତ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି। ସେମାନେ ଏତଲାକାରୀ ଅସୀମ ମହାପାତ୍ରଙ୍କ ଅଭିଯୋଗକୁ ପ୍ରମାଣ କରିଛନ୍ତି। ଅନ୍ୟପକ୍ଷରେ ଭୁବନେଶ୍ୱର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମ୍ବାଦର ଋଣ ଜାଲିଆତିର ଅଭିଯୋଗ ସଂକ୍ରାନ୍ତରେ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଥିବା ଇଓଡବ୍ଲ୍ୟୁ ପକ୍ଷରୁ ସୂଚନା ଦିଆଯାଇଛି। ଇଓଡବ୍ଲ୍ୟୁର ପ୍ରେସ୍‌ ବିବୃତିରେ ଆହୁରି ଦର୍ଶାଯାଇଛି ଯେ, ଇଷ୍ଟର୍ନ ମିଡିଆ ସଂସ୍ଥା ଦରମା ପରିମାଣକୁ ଏପଟସେପଟ କରିଥିବା ଏବଂ ଇପିଏଫ୍‌ଓ ଓ ଇଏସ୍‌ଆଇସି ଡିପୋଜିଟ୍‌ କରି ନ ଥିବା କେତେଜଣ ପୀଡ଼ିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଇଓଡବ୍ଲ୍ୟୁ ଦୃଷ୍ଟି ଦେବା ସହ ସଂସ୍ଥାଠାରୁ ସୂଚନା ମଗାଯାଇଥିବା କୁହାଯାଇଛି। ସେପଟେ ଭୁବନେଶ୍ୱର ଆଇଆର୍‌ସି ଭିଲେଜ୍‌ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାର ୩ ଅଧିକାରୀଙ୍କୁ ଗୁରୁବାର ଇଓଡବ୍ଲ୍ୟୁ ପଚରାଉଚରା କରିଥିଲା। ଶୁକ୍ରବାର ମଧ୍ୟ ଇଓଡବ୍ଲ୍ୟୁ କାର୍ଯ୍ୟାଳୟରେ ଉକ୍ତ ବ୍ୟାଙ୍କ ମ୍ୟାନେଜରଙ୍କ ସମେତ ୨ଜଣଙ୍କୁ ପଚରାଉଚରା କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?