କାର୍ତ୍ତିକ ଶେଷ ସୋମବାର ଶୈବ ପୀଠରେ ପ୍ରବଳ ଭିଡ଼

ଜି.ଉଦୟଗିରି,୩।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ପବିତ୍ର କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ଚାଲିଥିବା ବେଳେ ଶେଷ ସୋମବାର ସ୍ଥାନୀୟ ଶୈବ ପୀଠ ଗୁଡ଼ିକରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ପଞ୍ଚୁକ ବ୍ରତ ପାଳନ କରୁଥିବା ଶ୍ରଦ୍ଧାଳୁମାନେ ପ୍ରତିଦିନ ଭୋର ସକାଳୁ ଯାଇ ଶୈବ ପୀଠରେ ପୂଜାର୍ଚ୍ଚନା କରୁଥିବା ଦେଖିବାକୁ ମିଳିଛି। କାର୍ତ୍ତିକ ମାସର ସୋମବାର ଦିନଟି ଶ୍ରଦ୍ଧାଳୁଙ୍କ ପାଇଁ ଅତି ଗୁରୁତ୍ୱପୂର୍ଣ୍ଣ ରହିଛି। ଆଜି ସ୍ଥାନୀୟ ଧବଳେଶର ମନ୍ଦିର ପ୍ରାଙ୍ଗଣରେ ଶତାଧିକ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି ଲାଗିଥିଲା।ଭୋର୍‌ ସକାଳୁ ଠାକୁରଙ୍କ ସମସ୍ତ ନୀତିକାନ୍ତି ସରିବା ପରେ ମନ୍ଦିର ଦ୍ୱାର ଠାରୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଦେଖିବା ସହ ଶ୍ରଦ୍ଧାଳୁଙ୍କ ନିମନ୍ତେ ପୂଜା କରାଯାଉଥିବା ବେଳେ ଆସନ୍ତା ବୁଧବାର ଦିନ ପୂର୍ଣ୍ଣମୀ ତିଥିରେ କାର୍ତ୍ତିକ ବ୍ରତ ସରିବା ନେଇ କହିଛନ୍ତି ମନ୍ଦିର ପୂଜକ ସନ୍ତୋଷ କୁମାର ମୁନି । ବିଭିନ୍ନ ଗ୍ରାମରୁ ରାଧା କୃଷ୍ଣଙ୍କ ବେଶ ପଡ଼ି କୀର୍ତ୍ତନ ମଣ୍ଡଳୀ ଦଳ ଗୁଡ଼ିକ ମଧ୍ୟ ମଦିର ପ୍ରାଙ୍ଗଣରେ ନାମକୀର୍ତ୍ତନ ସହ ରାଧା କୃଷ୍ଣଙ୍କ ନୃତ୍ୟ ପରିବେଷଣ କରି ଠାକୁରଙ୍କ ଦର୍ଶନ କରିଥିଲେ। ମନ୍ଦିର କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ରହି ଶ୍ରଦ୍ଧାଳୁ ଶାନ୍ତି ଶୃଙ୍ଖଳାର ସହ ଦର୍ଶନ କରିବା ପାଇଁ ଭିଡ଼ ନିୟନ୍ତ୍ରଣ କରିଥିଲେ। ପ୍ରବଳ ଭିଡ଼ ସତ୍ତ୍ୱେ ଶାନ୍ତିଶୃଙ୍ଖଳାର ସହ ଭକ୍ତ ମାନେ ଠାକୁରଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri