ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ଶ୍ରୀକ୍ଷେତ୍ରକୁ। ଏନେଇ ରାସ୍ତାରେ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। କିଲୋମିଟର କିଲୋମିଟର ଯାଏ ଲମ୍ବିଛି ଗାଡ଼ିର ଲମ୍ବା ଲାଇନ।

ସୂଚନା ମୁତାବକ, ପୁରୀକୁ ଭୁବନେଶ୍ବର ଆଡ଼ ପ୍ରତି ମିନିଟରେ ୪୦ରୁ ଊର୍ଦ୍ଧ୍ୱ ଗାଡ଼ି ପ୍ରବେଶ କରୁଥିବା ବେଳେ ବାହାରୁଛି ମାତ୍ର ୪ରୁ ୫ ଗାଡି। ଫଳରେ ପାର୍କିଂ ସମସ୍ୟା ସଂଗୀନ ହୋଇପଡିଥିବା ବେଳେ ବିଭିନ୍ନ ସ୍ଥାନରେ ପାର୍କିଂ ଫୁଲ ହୋଇଯିବାରୁ ଗେଟ୍‌ ବନ୍ଦ କରିଦିଆଯାଇଛି। ତାଳବଣିଆରେ ଗାଡ଼ି ଫୁଲ, ଅନ୍ୟ ପାର୍କିଂ ପ୍ଲେସ ମଧ୍ୟ ଟଳମଳ ହୋଇ ପଡିଛି। ଗାଡି ରଖିବାକୁ କଲବଲ ହେଇଛନ୍ତି ଶ୍ରଦ୍ଧାଳୁ।

ଏପଟେ ଟ୍ରାଫିକ ସ୍ଥିତି ଉପରେ ରଖାଯାଇଛି କଡ଼ା ନଜର ରହିଛି। ୪୦୦ ସିସି କ୍ୟାମେରା ସହିତ ପୁରୀର ଟ୍ରାଫିକ କଣ୍ଟ୍ରୋଲ ସେଣ୍ଟର ଓ କମିଶନରେଟ ପୋଲିସର ସ୍ମାର୍ଟସିଟି କଣ୍ଟ୍ରୋଲ ରୁମକୁ ଇଣ୍ଟିଗ୍ରେଟେଡ କରାଯାଇ ସ୍ଥିତି ଉପରେ ନଜର ରଖାଯାଇଛି। ପୋଲିସ ଡିଜି ଟ୍ରାଫିକ କଣ୍ଟ୍ରୋଲ ସେଣ୍ଟରକୁ ଯାଇ ସମୀକ୍ଷା କରିଥିବା ବେଳେ ଟୁଇନସିଟି କମିଶନର ରାସ୍ତାକୁ ଓହ୍ଲାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି।

ପ୍ରତିବର୍ଷ ସୁନାବେଶରେ ପୁରୀ-ଭୁବନେଶ୍ବର ରାସ୍ତା ଜାମ ସ୍ଥିତି ଅସମ୍ଭାଳ ହୋଇପଡିଛି। ବର୍ଷ ବର୍ଷକୁ ଶ୍ରଦ୍ଧାଳୁଙ୍କ ଆଗମନ ବଢୁଥିବା ବେଳେ ଟ୍ରାଫିକ ସମସ୍ୟା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri