ଶ୍ରୀଜିଉଙ୍କ ଆଡ଼ପ ମଣ୍ଡପ ବିଜେ ଦେଖିବାକୁ ଶରଧାବାଲିରେ ପ୍ରବଳ ଭିଡ଼

ପୁରୀ,୨୯।୬: କିଛି ସମୟ ପରେ ଶ୍ରୀଜିଉ ଆଡ଼ପ ମଣ୍ଡପ ବିଜେ କରିବେ। ଗୋଟି ପହଣ୍ଡିରେ ଜନ୍ମବେଦୀକୁ ଯିବେ ଶ୍ରୀଜିଉ। ପ୍ରଥମେ ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀସୁଦର୍ଶନ। ଶ୍ରୀସୁଦର୍ଶନଙ୍କ ପରେ ବଡ଼ଠାକୁର ଆଡ଼ପ ମଣ୍ଡପ ବିଜେ କରିବେ।
ପରେ ଦେବୀ ମା’ ସୁଭଦ୍ରା ଏବଂ ଶେଷରେ ଶ୍ରୀଜଗନ୍ନାଥ ଆଡ଼ପ ମଣ୍ଡପ ବିଜେ କରିବେ। ଆଡ଼ପ ମଣ୍ଡପ ବିଜେ ଦେଖିବାକୁ ଶରଧାବାଲିରେ ଶ୍ରଦ୍ଧାଳଙ୍କ ପ୍ରବଳ ଭିଡ଼ ଲାଗିରହିଛି।

ସୂଚନା ଯୋଗ୍ୟ, ରବିବାର ସକାଳୁ ସକାଳୁ ପୁରୀରେ ଏକ ବଡ଼ ଅଘଟଣ ଘଟିଛି କାଳିଆ ଦର୍ଶନ କରିବାକୁ ଆସି ଠେଲାପେଲାରେ ଶରଧାବାଲିରେ ୩ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି। ପୁରୀ ଅଘଟଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ ବୋଲି ସେ କହିଛନ୍ତି।

ଯେଉଁ ଭକ୍ତମାନଙ୍କ ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ଲୋକଙ୍କୁ ସହାୟତା ରାଶି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri