କଟକ,୧୩।୧୧: କଟକ ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ଲୋକଙ୍କ ପ୍ରବଳ ଭିଡ଼ ହୋଇଛି। ଏପରିକି ବଲିଉଡ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଠେଲାପେଲା ହୋଇ ୨ଜଣ ଦର୍ଶକ ଅଚେତ୍ ହୋଇଯାଇଥିବା ସୂଚନା ମିଳିଛି। ଆମ୍ବୁଲାନ୍ସ ଯୋଗେ ୨ ଅଚେତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।
ଅନ୍ୟପକ୍ଷେ ସ୍ଥିତି ନିୟନ୍ତ୍ରଣ ପାଇଁ ଅତିରିକ୍ତ ସିପିଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡିଛି।
Dharitri – Odisha’s No.1 Odia Daily


