ବୁଗୁଡ଼ା-ପୋଲସରା ମୁଖ୍ୟ ସଡ଼କ କଡରେ ବିପଦ ସଙ୍କୁଳ ଅବସ୍ଥାରେ ବିରାଟ ଶୁଖିଲା ଗଛ, ଉଚ୍ଛେଦ ଜରୁରୀ ହେତୁ ପ୍ରଶାସନିକ ପ୍ରତିକାର ଦାବି

ବୁଗୁଡା,୨୩।୬(କାଳିଚରଣଦାଶ): ବୁଗୁଡ଼ା-ପୋଲସରା ମୁଖ୍ୟ ସଡ଼କ ଅନ୍ତର୍ଗତ ଗୋଲିଆ ଗାଁ ନିକଟସ୍ଥ ମୋହିଦଣ୍ଡାଠାରେ ଏକ ବିରାଟ ଶୁଖିଲା ଥୁଣ୍ଟା କାକପୋଇ ଗଛ ବିପଦ ଶଙ୍କୁଳ ଅବସ୍ଥାରେ ରହିଥିବା ଜଣାଯାଇଛି । ଉକ୍ତ ଗଛଟି ପବନରେ କେତେବେଳେ ଯେ ଭାଙ୍ଗି ପଡି ବିପଦ ସୃଷ୍ଟି କରିବ ତାହା କହି ହେଉନି । ଉକ୍ତ ମୁଖ୍ୟ ସଡ଼କ ଦେଇ ଶତାଧିକ ଯାନବାହାନ ଚଳାଚଳ ସାଙ୍ଗକୁ ସ୍କୁଲ ଓ କଲେଜର ଛାତ୍ରୀଛାତ୍ରମାନେ ଯାତାୟାତ କରନ୍ତି । ରାସ୍ତା କଡରେ ବିରାଟ ଶୁଖିଲା ଗଛଟି କୌଣସି କାରଣରୁ ଭାଙ୍ଗି ପଡିଲେ ଅଜାଣତରେ ଯିବା ଆସିବା କରୁଥିବା ଯାନବାହନ , ଛାତ୍ରୀଛାତ୍ର ଓ ଜନସାଧାରଣ ବିପଦର ସମ୍ମୁଖୀନ ହେବାର ଯଥେଷ୍ଟ ସମ୍ଭାବନା ଦେଖା ଦେଇଛି। ଫେବୃଆରୀ ୨୫ରେ ସେହି ଗଛକୁ ଧକ୍କା ଦେଇ ଗୋଳାବନ୍ଧ ଗ୍ରାମର ରାଜେନ୍ଦ୍ର ଜେନା ନାମକ ଜନୈକ ଟ୍ରକ ଚାଳକ ମୃତ୍ୟୁ ବରଣ କରିଥିଲେ। ପ୍ରଶାସନିକ ଉଦାସୀନତା ହେତୁ ସେହି ଟ୍ରକଟି ଦୀର୍ଘ ଦୁଇ ବର୍ଷରୁ ଅଧିକ ସମୟ ଧରି ଅଦ୍ୟାବଧି ସେହି ଗଛକୁ ଲାଖିକରି ରହିଥିବା ବେଳେ ଗତ ଏପ୍ରିଲ ୧୧ରେ ସକାଳେ ଦୁର୍ଘଟଣାଗ୍ରସ୍ତ ସେହି ଟ୍ରକକୁ ଧକ୍କା ଦେଇ କାରରେ ଆସୁଥିବା ବୁଗୁଡା ଅରବିନ୍ଦନଗର ଅଞ୍ଚଳର ଏକ ପରିବାରର ମାଆ ଓ ଦୁଇ ଝିଅ ଗୁରୁତର ଭାବେ ଆହତ ହୋଇଥିଲେ। ଫଳରେ ସେହି ଦୁର୍ଘଟଣା ସ୍ଥଳକୁ ଅତିକ୍ରମ କଲାବେଳେ ଜାଣିବା ଶୁଣିବା ଲୋକଙ୍କ ମନରେ ସେହି ପୁରୁଣା ମର୍ମନ୍ତୁଦ ଅଘଟଣ ଉଙ୍କି ମାରୁଥିବା ବେଳେ ଏବେ ଶୁଖିଲା ଥୁଣ୍ଟା ଗଛଟି ବିପଦର ଆଶଙ୍କା ଉପୁଜାଉଛି। ପ୍ରକାଶ ଥାଉ କି , ଗତ ସପ୍ତାହରେ ଶରଣକୁଳ ଅଞ୍ଚଳର ଏକ ଦମ୍ପତ୍ତି ବାଇକରେ ପୋଲସରାରୁ ନିଜ ଗାଁକୁ ଫେରୁଥିବା ବେଳେ ଉକ୍ତ ଥୁଣ୍ଟା ଗଛରୁ ଶୁଖିଲା ଛୋଟ ଡାଳଟିଏ ଖସି ସେମାନଙ୍କ ଉପରେ ପଡିଯିବାରୁ ଦୁହେଁ ଆହତ ହୋଇଥିଲେ । ତେଣୁ, ଭବିଷ୍ୟତରେ ସମ୍ଭାବ୍ୟ ବିପଦକୁ ଏଡାଇବା ସକାଶେ ପ୍ରଶାସନ ଯୁଦ୍ଧକାଳୀନ ଭିତ୍ତିରେ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବାକୁ ସାଧାରଣରେ ଦୃଢ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri