ଘରେ ପଶି ଯୁବକଙ୍କୁ ହାଣି ଲୁଟିନେଲେ…

ବାଲେଶ୍ବର,୨୪।୩: ବାଲେଶ୍ବର ଜିଲା ସିମୁଳିଆ ଥାନା ବାଟି ପଞ୍ଚାୟତ ବଣଗଢ଼ିଆ ଗାଁରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଗାଁର ଆନନ୍ଦ ବେହେରାଙ୍କ ଘରେ ୫ଜଣ ଦୁର୍ବୃତ୍ତ ପଶି ଘରୁ ଲକ୍ଷାଧିକ ଟଙ୍କା ସହ ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସୁନାଗହଣା ଲୁଟି ନେଇଛନ୍ତି। ଏପରିକି ତାଙ୍କ ସାନ ପୁଅଙ୍କୁ ଦୁର୍ବୃତ୍ତମାନେ ଭୁଜାଲିରେ ହାଣି ଗୁରୁତର କରିଛନ୍ତି।

ରବିବାର ବିଳମ୍ବିତ ରାତିରେ ୫ଜଣ ଦୁର୍ବୃତ୍ତ ଘର କବାଟ ଭାଙ୍ଗି ଭିତରକୁ ପଶିଥିଲେ। ସେତିକିବେଳେ ପରିବାର ଲୋକେ ଉଠି ପଡିବାରୁ ଦୁର୍ବୃତ୍ତମାନେ ପରିବାର ଲୋକଙ୍କୁ ମାଡ଼ ମାରି ଲକ୍ଷାଧିକ ଟଙ୍କା ସହ ୧୨ ଲକ୍ଷ ଟଙ୍କାର ସୁନାଗହଣା ଲୁଟି ନେଇଥିଲେ। ଏପରିକି ଆନନ୍ଦଙ୍କ ସାନ ପୁଅ ରତିକାନ୍ତଙ୍କୁ ଦୁର୍ବୃତ୍ତମାନେ ଭୁଜାଲି ଓ ଲୁହା ରଡ଼ର ଆକ୍ରମଣ କରିବା ଯୋଗୁ ସେ ଗୁରୁତର ଆହତ ହୋଇଥିଲେ ।

ପରିବାର ଲୋକେ ତାଙ୍କୁ ସିମୁଳିଆ ଡାକ୍ତରଖାନାକୁ ନେଇଥିଲେ। ପରେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସେହିପରି ସିମୁଳିଆ ବଜାରରେ ଥିବା ସମୀର ମୋବାଇଲ ଦୋକାନରୁ ଚୋରି ଉଦ୍ୟମ କରୁଥିବା ବେଳେ ସିସିଟିଭିରୁ ଦୋକାନ ମାଲିକ ସମୀର ଏହା ଜାଣି ପୋଲିସକୁ ଖବର ଦେଇଥିଲେ। ପୋଲିସ ଦୋକାନରେ ପହଞ୍ଚି ୪ ଜଣ ଯୁବକ ସମେତ ଜଣେ ନାବାଳକକୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri