୧୭ ଜାନୁୟାରୀରେ ବିଶାଳ ଗଣ ବିକ୍ଷୋଭ

ଅନୁଗୋଳ ଅଫିସ, ୨୭ା୧୨: ଅନୁଗୋଳ ଜିଲାର ୯୨ଟି ରାଜସ୍ବ ଗ୍ରାମକୁ ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ କରି ଶାବକ ଦଖଲ ଅନୁଯାୟୀ ପଟ୍ଟା ପ୍ରଦାନ ଦାବିରେ ଚାଷୀ ସୁରକ୍ଷା କମିଟି ଆହ୍ବାନରେ ସହର ଉପକଣ୍ଠ କୁରୁଡ଼ୋଲ ଈଶାନେଶ୍ୱର ମନ୍ଦିର ଠାରେ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। କମିଟି ସଭ୍ୟ ପ୍ରଦୀପ ପ୍ରଧାନ ଏଥିରେ ସଭାପତିତ୍ୱ କରିଥିଲେ। ଆସନ୍ତା ୧୭ ତାରିଖରେ ଅନୁଗୋଳ ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିଶାଳ ଚାଷୀ ବିକ୍ଷୋଭ ଆୟୋଜନ ପାଇଁ ନିଷ୍ପତ୍ତି ନିଆଯାଇଥିଲା।
ବୈଠକରେ କୁହାଯାଇଥିଲା ଯେ, ଅନୁଗୋଳ ଜିଲାର ୯୨ଖଣ୍ଡ ଗ୍ରାମ ଚକ ଅନୁଯାୟୀ ଚିହ୍ନଟ ନ ହେବା ଫଳରେ ଲୋକେ ଜମିର ସ୍ବତ୍ୱାଧିକାର ହରାଇ ବସିଛନ୍ତି। ଯେଉଁ ଜମି ୧୯୬୦-୬୨ ମସିହା ପୂର୍ବରୁ ପୁରୁଷାନୁକ୍ରମେ ଦଖଲ କରି ଆସୁଥିଲେ ୧୯୭୧-୭୨ ମସିହାରେ ଚକବନ୍ଦୀ ଆଇନ ଯୋଗୁ ତାହା ଅନ୍ୟ ଚାଷୀ ନାମରେ ଚକ ରେକର୍ଡ ହୋଇଛି। ୪୦ବର୍ଷ ହେଲା କୌଣସି ପ୍ରଜାକୁ ଚକ ଚିହ୍ନଟ ନ ଦେବା ଫଳରେ ସରକାରଙ୍କ ବିଭିନ୍ନ କାର୍ଯ୍ୟ ପାଇଁ ଜମି ଅଧିଗ୍ରହଣ ସମୟରେ କ୍ଷତିପୂରଣ ରାଶି ପୁରୁଷାନୁକ୍ରମେ ଦଖଲ କରୁଥିବା ପ୍ରକୃତ ଚାଷୀ ନ ପାଇ ଚକ ପଟ୍ଟାଧାରୀ ପାଖକୁ ଚାଲିଯାଉଛି। ଏହାର ସମାଧାନ ପାଇଁ ବହୁବାର ଦାବି କଲେ ମଧ୍ୟ ପ୍ରଶାସନ କିମ୍ବା ସରକାର ପଦକ୍ଷେପ ଗ୍ରହଣ କରୁନାହାନ୍ତି। ତେଣୁ ଜିଲା ଚାଷୀ ସୁରକ୍ଷା କମିଟି ଆସନ୍ତା ୧୭ ତାରିଖରେ ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ବୈଠକରେ ସ୍ଥିର କରାଯାଇଥିଲା। ଏହି ସଭାରେ କମିଟି ସଭାପତି ଭାସ୍କର ଦେହୁରୀ, କାର୍ଯ୍ୟକାରୀ ସଭାପତି ଜିତେନ୍ଦ୍ର ପ୍ରଧାନ, ବ୍ରଜବନ୍ଧୁ ସାହୁ, ସମ୍ପାଦକ କାଳୀଚରଣ ପ୍ରଧାନ, ଉପସଭାପତି ତ୍ରିନାଥ ସାହୁ, ଅନନ୍ତ ଚରଣ ସାହୁ, ସମ୍ପାଦକମଣ୍ଡଳୀ ସଭ୍ୟ ରବୀନ୍ଦ୍ର ସାହୁ, ବିଜୟ ମାଝି, ପଦ୍ମନାଭ ଦାସ, ହର୍ଷବର୍ଦ୍ଧନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri