ସ୍ବାଗତ ପାଇଁ ବିରାଟ ପ୍ରସ୍ତୁତି

ଭୁବନେଶ୍ବର,୬ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ପୁରସ୍କାର ଗ୍ରହଣ କରିଛନ୍ତି। ଏହି ପୁରସ୍କାର ମୁଖ୍ୟମନ୍ତ୍ରୀଙ୍କୁ ମିଳିବା ପରେ ବିଜେଡି ଶିବିରରେ ଖୁସିର ଲହରି ଖେଳିଯାଇଛି। ଏଥିପାଇଁ ଦିଲ୍ଲୀରେ ଦଳୀୟ ନେତାମାନେ ବ୍ୟାପକ ଆୟୋଜନ କରିଥିଲେ। ସେଠାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କୁ ଏକତ୍ରିତ କରିବା ସହ ଦଳର ଯୁବ ଓ ଛାତ୍ର ନେତାମାନେ ସେମାନଙ୍କ ସହିତ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ପୁରସ୍କାର ଗ୍ରହଣକରି ଫେରିବା ପରେ ସେଠାରେ ସମସ୍ତେ ତାଙ୍କୁ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ସୋମବାର ରହିଥିବା ବେଳେ ସେଠାକୁ ସମ୍ବର୍ଦ୍ଧନା ଦେବା ଲାଗି ଗସ୍ତ କରିଥିବା ନେତାମାନେ ଫେରିଆସିଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ତାଙ୍କ ୬ ଦିନିଆ ଗସ୍ତ ଶେଷକରି ମଙ୍ଗଳବାର ପୂର୍ବାହ୍ନ ୧୧.୨୫ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ତେବେ ବିମାନବନ୍ଦରଠାରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ଜଣାଇବା ଲାଗି ପ୍ରବଳ ଭିଡ଼ ଜମିବ। ଦଳର ସହସ୍ରାଧିକ ନେତା ଓ କର୍ମୀ ଏକାଠି ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସେଠାରେ ସମ୍ବର୍ଦ୍ଧିତ କରିବା କାର୍ଯ୍ୟକ୍ରମ ସ୍ଥିର ହୋଇଛି। ତେଣୁ ପ୍ରବଳ ଭିଡ଼ ହେବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ବିମାନଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ସ୍ବତନ୍ତ୍ର ପରାମର୍ଶ ଜାରି କରିଛି। ବିମାନରେ ଯାତ୍ରା କରିବାକୁ ଥିବା ଯାତ୍ରୀମାନେ ଧାର୍ଯ୍ୟ ସମୟଠାରୁ ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚିବାକୁ କମିଶନରେଟ ପୋଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି।
ତେବେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ଲାଗି ପ୍ରତି ନିର୍ବାଚନମଣ୍ଡଳୀ ଓ୍ବାରି ନେତାମାନେ ୨୦୦ରୁ ୩୦୦ ଲେଖାଏ କର୍ମୀଙ୍କୁ ସାଙ୍ଗରେ ଆଣି ଆସିବା ଲାଗି ଦଳର ଶୀର୍ଷସ୍ତରରୁ ନିର୍ଦ୍ଦେଶ ଦିଆଯାଇଛି। ଏଥିଲାଗି ବ୍ୟାପକ ଆୟୋଜନ ମଧ୍ୟ ହୋଇଛି। ଓଡ଼ିଶାର ବିଭିନ୍ନ ପାରମ୍ପରିକ ନୃତ୍ୟ ସାଙ୍ଗକୁ ରାସ୍ତା ସାରା ନବୀନଙ୍କ ପୋଷ୍ଟର, ବ୍ୟାନର ଏବଂ ଦଳୀୟ ପତାକାରେ ଛାଉଣି କରିଦିଆଯାଇଛି। ନବୀନ ବିମାନବନ୍ଦରଠାରେ ପହଞ୍ଚିବା ପରେ ସେଠାରୁ ତାଙ୍କୁ ସ୍ବାଗତ କରିବା ସହିତ ଏକ ବିଶାଳ ରାଲି ଜରିଆରେ ନବୀନ ନିବାସକୁ ପାଛୋଟି ନିଆଯିବ। ଏହାସହ ବିମାନବନ୍ଦରଠାରେ ମୁଖ୍ୟମନ୍ତ୍ରୀ ପୁଣିଥରେ ଉକ୍ତ ଜୀବନବ୍ୟାପୀ ସାଧନା ସମ୍ମାନକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିବା ନେଇ ପୁଣିଥରେ ଘୋଷଣା କରିବେ। ହେଲେ ଭୁବନେଶ୍ୱର ସାଙ୍ଗଠନିକ ଜିଲା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀ ନେତାମାନଙ୍କୁ ପ୍ରାୟ ହଜାରେ ଲେଖାଏ କର୍ମୀଙ୍କୁ ଆଣିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri