ସ୍ବାଗତ ପାଇଁ ବିରାଟ ପ୍ରସ୍ତୁତି

ଭୁବନେଶ୍ବର,୬ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ପୁରସ୍କାର ଗ୍ରହଣ କରିଛନ୍ତି। ଏହି ପୁରସ୍କାର ମୁଖ୍ୟମନ୍ତ୍ରୀଙ୍କୁ ମିଳିବା ପରେ ବିଜେଡି ଶିବିରରେ ଖୁସିର ଲହରି ଖେଳିଯାଇଛି। ଏଥିପାଇଁ ଦିଲ୍ଲୀରେ ଦଳୀୟ ନେତାମାନେ ବ୍ୟାପକ ଆୟୋଜନ କରିଥିଲେ। ସେଠାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କୁ ଏକତ୍ରିତ କରିବା ସହ ଦଳର ଯୁବ ଓ ଛାତ୍ର ନେତାମାନେ ସେମାନଙ୍କ ସହିତ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ପୁରସ୍କାର ଗ୍ରହଣକରି ଫେରିବା ପରେ ସେଠାରେ ସମସ୍ତେ ତାଙ୍କୁ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ସୋମବାର ରହିଥିବା ବେଳେ ସେଠାକୁ ସମ୍ବର୍ଦ୍ଧନା ଦେବା ଲାଗି ଗସ୍ତ କରିଥିବା ନେତାମାନେ ଫେରିଆସିଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ତାଙ୍କ ୬ ଦିନିଆ ଗସ୍ତ ଶେଷକରି ମଙ୍ଗଳବାର ପୂର୍ବାହ୍ନ ୧୧.୨୫ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ତେବେ ବିମାନବନ୍ଦରଠାରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ଜଣାଇବା ଲାଗି ପ୍ରବଳ ଭିଡ଼ ଜମିବ। ଦଳର ସହସ୍ରାଧିକ ନେତା ଓ କର୍ମୀ ଏକାଠି ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସେଠାରେ ସମ୍ବର୍ଦ୍ଧିତ କରିବା କାର୍ଯ୍ୟକ୍ରମ ସ୍ଥିର ହୋଇଛି। ତେଣୁ ପ୍ରବଳ ଭିଡ଼ ହେବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ବିମାନଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ସ୍ବତନ୍ତ୍ର ପରାମର୍ଶ ଜାରି କରିଛି। ବିମାନରେ ଯାତ୍ରା କରିବାକୁ ଥିବା ଯାତ୍ରୀମାନେ ଧାର୍ଯ୍ୟ ସମୟଠାରୁ ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚିବାକୁ କମିଶନରେଟ ପୋଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି।
ତେବେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ଲାଗି ପ୍ରତି ନିର୍ବାଚନମଣ୍ଡଳୀ ଓ୍ବାରି ନେତାମାନେ ୨୦୦ରୁ ୩୦୦ ଲେଖାଏ କର୍ମୀଙ୍କୁ ସାଙ୍ଗରେ ଆଣି ଆସିବା ଲାଗି ଦଳର ଶୀର୍ଷସ୍ତରରୁ ନିର୍ଦ୍ଦେଶ ଦିଆଯାଇଛି। ଏଥିଲାଗି ବ୍ୟାପକ ଆୟୋଜନ ମଧ୍ୟ ହୋଇଛି। ଓଡ଼ିଶାର ବିଭିନ୍ନ ପାରମ୍ପରିକ ନୃତ୍ୟ ସାଙ୍ଗକୁ ରାସ୍ତା ସାରା ନବୀନଙ୍କ ପୋଷ୍ଟର, ବ୍ୟାନର ଏବଂ ଦଳୀୟ ପତାକାରେ ଛାଉଣି କରିଦିଆଯାଇଛି। ନବୀନ ବିମାନବନ୍ଦରଠାରେ ପହଞ୍ଚିବା ପରେ ସେଠାରୁ ତାଙ୍କୁ ସ୍ବାଗତ କରିବା ସହିତ ଏକ ବିଶାଳ ରାଲି ଜରିଆରେ ନବୀନ ନିବାସକୁ ପାଛୋଟି ନିଆଯିବ। ଏହାସହ ବିମାନବନ୍ଦରଠାରେ ମୁଖ୍ୟମନ୍ତ୍ରୀ ପୁଣିଥରେ ଉକ୍ତ ଜୀବନବ୍ୟାପୀ ସାଧନା ସମ୍ମାନକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିବା ନେଇ ପୁଣିଥରେ ଘୋଷଣା କରିବେ। ହେଲେ ଭୁବନେଶ୍ୱର ସାଙ୍ଗଠନିକ ଜିଲା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀ ନେତାମାନଙ୍କୁ ପ୍ରାୟ ହଜାରେ ଲେଖାଏ କର୍ମୀଙ୍କୁ ଆଣିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri