ଲାଞ୍ଜିଗଡରେ କଂଗ୍ରେସର କର୍ମୀଙ୍କ ବିଶାଳ ଶୋଭାଯାତ୍ରା, ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କୁ ଦାବିପତ୍ର

ଲାଞ୍ଜିଗଡ,୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଠାରେ ରବିବାର ଜିଲା କଂଗ୍ରେସ କମିଟିର କର୍ମୀ ସମ୍ମିଳନୀ ସହିତ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହେଇଥିବା ବେଳେ ଲାଞ୍ଜିଗଡ଼ର ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।

ଜିଲା ଲାଞ୍ଜିଗଡ ବ୍ଳକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବା ବେଳେ ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନ ଆଦି କ୍ଷେତ୍ରରେ ଆଜି ବି ରାଜ୍ୟର ପଛୁଆ ଅଞ୍ଚଳ ଭାବେ ରହିଯାଇଛି। ବିଗତ ପଚିଶ ବର୍ଷର ବିଜେଡି ସରକାର ଅଞ୍ଚଳର ବିକାଶ ପାଇଁ, ଆଦିବାସୀ ଜନଜାତିର ବିକାଶ ପାଇଁ କିଛି କଲେ ନାହିଁ, କିମ୍ବା ବିକାଶକୁ ଆଦୌ ଗୁରୁତ୍ବ ଦେଲେ ନାହିଁ।

ବର୍ତ୍ତମାନ କେନ୍ଦ୍ର ଓ ରାଜ୍ୟରେ ଭାଜପାର ଡବଲ ଇଞ୍ଜିନ ସରକାର ଚାଲିଛି। ଆଦିବାସୀଙ୍କ ବିକାଶର ଦ୍ୱାହି ଦେଇ ଆଦିବାସୀ ବ୍ୟକ୍ତିତ୍ୱଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଆସନରେ ବସାଇ ଦେଲେ ହେବନାହିଁ ରାଜ୍ୟ ଓ ରାଜ୍ୟବାସୀଙ୍କ ବିକାଶ ପାଇଁ ଯଦି ପଦକ୍ଷେପ ନନେବେ ତାହେଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଆଜି କଳାହାଣ୍ଡି ଜିଲା ଲାଞ୍ଜିଗଡ ଠାରେ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଯୋଗଦେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ଏହା କହିଛନ୍ତି।

ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ମାନଙ୍କ ପାଇଁ ପକ୍କାଘର,ପ୍ରତି ୫୦ ଘର ଥିବା ଗାଁକୁ ଗମନା ଗମନ ପାଇଁ ରାସ୍ତା, ପ୍ରତି ୫ଶହ ଲୋକସଂଖ୍ୟା ଅଞ୍ଚଳରେ ଗୋଟିଏ ସ୍ଵାସ୍ଥ୍ୟ କେନ୍ଦ୍ର, ଉତ୍ତମ ଶିକ୍ଷା ପାଇଁ ସ୍କୁଲ, ଅଞ୍ଚଳରେ ପ୍ରତ୍ୟେକ ଘରକୁ ବିଜୁଳି ଯୋଗାଣ, ପ୍ରତ୍ୟେକ ଘରକୁ ପାନୀୟ ଜଳ, କାରଖାନାର ପରିପାର୍ଶ୍ଵିକ ଅଞ୍ଚଳରେ ଥିବା କେତେଗୋଟି ଗାଁକୁ ବିସ୍ଥାପିତ କରି ଅନ୍ୟ ଜାଗାରେ ଥଇଥାନ କରିବା ପାଇଁ ସରକାରଙ୍କୁ ଦାବୀପତ୍ରରେ ଜଣାଇଛନ୍ତି।

କଳାହାଣ୍ଡି ଜିଲା କଂଗ୍ରେସ କମିଟିର ଆହ୍ୱାନରେ ଲାଞ୍ଜିଗଡ ବ୍ଲକ କଂଗ୍ରେସ କମିଟି ଦ୍ୱାରା ଆୟୋଜିତ ଏହି କର୍ମୀ ସମ୍ମିଳନୀରେ ବହୁସଂଖ୍ୟକ କଂଗ୍ରେସ ନେତା ଓ କର୍ମୀ ଆରବିକେ କଲୋନୀ ଛକରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି କାରଖାନାର ମୁଖ୍ୟ ଫାଟକ ସାମ୍ନା ଦେଇ ଲାଞ୍ଜିଗଡ ସହରରେ ପହଞ୍ଚିଥିଲେ। ଏହାପରେ ଲାଞ୍ଜିଗଡ ଥାନା ଅଧିକାରୀଙ୍କ ଜରିଆରେ ରାଜ୍ୟପାଳ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।

ବ୍ଲକ କଂଗ୍ରେସ ସଭାପତି ବିଜୟ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା କଂଗ୍ରେସ ସଭାପତି ଭାରତ ଭୂଷଣ ବେମାଲ,ବରିଷ୍ଠ କଂଗ୍ରେସ ନେତ୍ରୀ ଦ୍ରୌପଦୀ ମାଝୀ,ବରିଷ୍ଠ କଂଗ୍ରେସ ନେତା ସିଦ୍ଧାର୍ଥ ନାୟକ,ଟି. ପ୍ରଭାକର ରାଓ, ମୁରଲୀଧର ନାଏକ , ଡୋକା ମାଝୀ, ସୁରେନ୍ଦ୍ର ମାଝୀ, ସଦାନନ୍ଦ ନାଏକ, ମହିଳା ସଭାନେତ୍ରୀ ଶାନ୍ତି ହରିଜନ, ମନୋଜ କୁମାର ରାଉତ,କଂଗ୍ରେସ ନେତା ପ୍ରଦୀପ ମାଝୀଙ୍କ ସମେତ ଶତାଧିକ ଦଳୀୟ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri