ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅନ୍ତର୍ଗତ ଟିଖିରି ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ସହ ଘଟିଥିବା ଘଟଣାକୁ ନେଇ ସାରା ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି ।

ସଭାରେ ବକ୍ତାମାନେ କହିଥିଲେ ଯେ, ଜଣେ ନିର୍ବାଚିତ ମହିଳା ଜନପ୍ରତିନିଧିଙ୍କ ସହ ଘଟିଥିବା ବ୍ୟବହାର ଅତ୍ୟନ୍ତ ନିନ୍ଦନୀୟ ଏବଂ ଗଣତନ୍ତ୍ର ପାଇଁ ଲଜ୍ଜାଜନକ। ଏଭଳି ଘଟଣା ଜନପ୍ରତିନିଧିଙ୍କ ସମ୍ମାନ ପ୍ରତି ଆଘାତ ସଦୃଶ ବୋଲି ସେମାନେ ମତ ପ୍ରକାଶ କରିଥିଲେ । ରାଜ୍ୟ ସରକାର ଓ ପୋଲିସ ପ୍ରଶାସନ ବିରୋଧରେ କ୍ଷୋଭ ପ୍ରକାଶ କରି ଦୋଷୀଙ୍କ ବିରୋଧରେ ନିରପେକ୍ଷ ତଦନ୍ତ ସହ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା।
ପ୍ରତିବାଦକାରୀମାନେ ଅଭିଯୋଗ କରି କହିଥିଲେ ଯେ, ଜନସାଧାରଣଙ୍କ ସ୍ୱରକୁ ଦମନ କରିବା ପାଇଁ ପୋଲିସ ଶକ୍ତିର ଅପବ୍ୟବହାର କରାଯାଉଛି। ଯଦି ଦୋଷୀଙ୍କ ବିରୋଧରେ ଶୀଘ୍ର ପଦକ୍ଷେପ ଗ୍ରହଣ କରାନଯାଏ, ତେବେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ସତର୍କ କରାଯାଇଥିଲା।
ଏହି ପ୍ରତିବାଦ ସଭାରେ ପୂର୍ବତନ ଧାମନଗର ବ୍ଲକ ଅଧ୍ୟକ୍ଷ ଅଶୋକ ନାୟକ, ରଇପୁର ପଞ୍ଚାୟତର ସରପଞ୍ଚ ଜଗଦାନନ୍ଦ ସେଠୀ, ପାଳାସାହି ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ଅନିଲ ଦାସ, ଡି.ଏନ୍.ଆର୍ କଲେଜର ପୂର୍ବତନ ଅଧ୍ୟକ୍ଷ ରମେଶ ବେହେରା, ଚନ୍ଦ୍ରଶେଖର ନାୟକ, ମୁକ୍ତିକାନ୍ତ ନାୟକ, ମାର୍କଣ୍ଡ ଜେନା, ଅମର କୁମାର ସାହୁ, ସୁଶାନ୍ତ ମଲ୍ଲିକ, କୈଳାସ ବାରିକ, ଆଲୋକ ରାଉତ, ଅଚ୍ୟୁତାନନ୍ଦ ବେହେରା, ବିଜୟ ସୂତାର, କୁଳମଣି ମଲ୍ଲିକ, ପ୍ରକାଶ ନାୟକ ପ୍ରମୁଖ ଉପସ୍ଥିତ ରହି ସଭାକୁ ସମ୍ବୋଧିତ କରିଥିଲେ। ସଭା ଶେଷରେ ଚାମେଲି ଓଝାଙ୍କ ପ୍ରତି ଏକାତ୍ମତା ପ୍ରକାଶ କରାଯିବା ସହ ଜନପ୍ରତିନିଧିଙ୍କ ସମ୍ମାନ ଓ ସୁରକ୍ଷା ପାଇଁ ସରକାର ତୁରନ୍ତ ପଦକ୍ଷେପ ନେବାକୁ ଦାବି କରାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର…

ଗାଜଲବାଡ଼ି ଘାଟିରେ ପୁଣି ଭୂସ୍ଖଳନ: ଫନିରେ ଯେଉଁଠି ଧସିଥିଲା ପାହାଡ଼, ସେହି ସ୍ଥାନରେ ପୁଣି ଅଘଟଣ

ଦାରିଙ୍ଗବାଡ଼ି, ୨୯।୧୦(ଅରୁଣ ସାହୁ):୨୦୧୯ ମସିହାରେ ବାତ୍ୟା ‘ଫନି’ ସମୟରେ ଗାଜଲବାଡ଼ି ଘାଟିରେ ଘଟିଥିବା ଭୂସ୍ଖଳନର ସ୍ମୃତି ପୁଣି ତାଜା ହୋଇଛି। ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଏହି ଘାଟିରେ…

ଭାରତ ଉପରେ ‘ଏଲ ନିନୋ’ (El Ni୦o) ର ଗମ୍ଭୀର ପ୍ରଭାବ; ଦେଶରେ ୬ ମାସ ମଧ୍ୟରେ ୫୫ହଜାର ଲୋକଙ୍କର ହୋଇପାରେ ମୃତ୍ୟୁ!

ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…

ଖବର ପ୍ରସାରଣ ପରେ ସନ୍ତୋଷୀଙ୍କ ନିକଟରେ ପହଞ୍ଚିଲା ପ୍ରଶାସନ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ପବନ ଯୋଗୁ ଗଞ୍ଜାମ ସହର ସାନ ବଜାରସ୍ଥିତ ଓ୍ବାର୍ଡ ନଂ ୭ ବାଲିସାହି ସନ୍ତୋଷୀ…

ନିର୍ଜନ ଜଙ୍ଗଲ ଭିତରକୁ ଆଲିଆଙ୍କୁ ନେଇଗଲେ ରଣବୀର, ହଠାତ୍‌ ଗାଡ଼ି ରଖି କହିଲେ…

ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ କାହାଣୀକୁ ନେଇ ପୁଣି ଚର୍ଚ୍ଚା। ୧୪ ଏପ୍ରିଲ ୨୦୨୨ରେ ବିବାହ କରିଥିବା ଏହି ଯୋଡ଼ିଙ୍କ…

ଏହି ବ୍ୟାଙ୍କ୍‌ ଖାତାରେ ଟଙ୍କା ଅଛି କି? ଡିସେମ୍ୱର ୧ରୁ ବଦଳିବ ନିୟମ, ଜାଣନ୍ତୁ ନଚେତ୍‌ ପସ୍ତେଇବେ

ନୂଆଦିଲ୍ଲୀ,୨୯।୧୦: ଆକ୍ସିସ ବ୍ୟାଙ୍କ (Axis Bank) ନିଜର କୋଟି କୋଟି ଖାତାଧାରୀଙ୍କ ପାଇଁ ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି। ଏବେ ଆକାଉଣ୍ଟରେ କମ ଟଙ୍କା ରଖିବା, ନଗଦ…

ଧସିଲା ପାହାଡ଼: ମା’ ସିଦ୍ଧ ବାଙ୍କେଶ୍ୱରୀଙ୍କ ପୀଠକୁ ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ଗ୍ରାମ ନିକଟସ୍ଥ କେରାଣ୍ଡିମାଳ ପର୍ବତ ଶୀର୍ଷରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ…

ଚତୁର୍ଥ ଟି-୨୦ରୁ ବୈଭବଙ୍କୁ ବାହାର କରିବାକୁ ପଡିବ? କାହିଁକି ଏପରି କହିଲେ ଅଶ୍ୱିନ, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ପରବର୍ତ୍ତୀ ମୁକାବିଲା ଏବେ ଅକଲାଣ୍ଡରେ ଖେଳାଯିବ। ଶୁକ୍ରବାର, ଅକ୍ଟୋବର ୩୦ ତାରିଖରେ ଉଭୟ ଦଳ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?