ହାର୍ଭେଷ୍ଟରରେ ଧାନ ଅମଳ ବେଳେ ବାହାରିଲା ବିରାଟ ଅଜଗର

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମରେ ସୋମବାର ଧାନ ଅମଳ ସମୟରେ ଏକ ଅଜଗର ଉଦ୍ଧାର ହୋଇଛି। ଅଜଗରର ଲମ୍ବ ୧୨ଫୁଟ୍ ଏବଂ ଓଜନ ସାଢେ ୧୦ କି. ଗ୍ରା ରହିଛି। ସୂଚନା ଅନୁଯାୟୀ, ସନ୍ଧ୍ୟାରେ ଗଣେଶ ନାମକ ଜଣେ ଡ୍ରାଇଭର ହାର୍ଭେଷ୍ଟର ସାହାଯ୍ୟରେ ଜମିରେ ଧାନ ଅମଳ କରୁଥିଲେ। ଏହି ସମୟରେ ଜମିର ଏକ ସ୍ଥାନରେ ହାର୍ଭେଷ୍ଟର ଦବି ଯାଇଥିଲା। ସେତେବେଳେ ଗଣେଶ ହାର୍ଭେଷ୍ଟରରୁ ଓହ୍ଲାଉଥିଲେ ।

ତେବେ ଓହ୍ଲାଇବା ସମୟରେ ଜମିରୁ ହାର୍ଭେଷ୍ଟର ଉପରକୁ ଅଜଗର ଚଢୁଥିବା ସେ ଦେଖିବାକୁ ପାଇଥିଲେ। ସେଠାରେ ଅଜଗରକୁ ଧରି ରଖି ପୂର୍ବରୁ କଟାପାଲି ଅଞ୍ଚଳରେ ୫ଥର ଅଜଗର ଉଦ୍ଧାର କରିଥିବା କଟାପାଲି ଗ୍ରାମର ପ୍ରହଲ୍ଲାଦ ମହାରଣାଙ୍କୁ ସୂଚନା ଦିଆଯାଇଥିଲା। ସୂଚନା ପାଇ ପ୍ରହଲ୍ଲାଦ ସେଠାକୁ ପହଞ୍ଚି ଥିଲେ ଏବଂ ଅଜଗରକୁ ଉଦ୍ଧାର କରିବା ସହିତ ବନ ବିଭାଗକୁ ଖବର ଦେଇଥିଲେ। ସୂଚନା ପାଇ ବନ କର୍ମଚାରୀ ଆସିଥିଲେ ଏବଂ ଉଦ୍ଧାର ଅଜଗରକୁ ନେଇ କମଗାଁ ଜଙ୍ଗଲରେ ଛାଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri