ମାଓବାଦୀଙ୍କ ଆଡ୍ଡାରେ ଚଢାଉ: ବିପୁଳ ପରିମାଣର ବିସ୍ପୋରକ ଜବତ

କୋରାପୁଟ,୧୯।୧୦(ସ୍ବ.ପ୍ର)-କୋରାପୁଟ ଜିଲା ମାଛକୁଣ୍ଡ ସୀମାବର୍ତ୍ତୀ ଅଞ୍ଚଳରେ ଥିବା ଜଙ୍ଗଲରେ ମାଓବାଦୀଙ୍କ ଏକ ଆଡ୍ଡା ଉପରେ ରବିବାର ପୋଲିସ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ, ମାଓବାଦୀ କ୍ୟାଡରଙ୍କ ଫଟୋ, ଅତ୍ୟାଧୁନିକ ବିସ୍ପୋରକ ଜବତ କରାଯାଇଛି। ଏ ନେଇ ସୋମବାର କୋରାପୁଟ ଏସ୍‌ପି ମୁକେଶ କୁମାର ଭାମୁ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଚଢାଉ ସମୟରେ ଘଟଣାସ୍ଥଳରେ ଥିବା ୧୫ରୁ ୨୦ ଜଣ ମାଓବାଦୀ ଖସି ପଳାଇଥିବା ଜଣାଯାଇଛି।
ସୂଚନା ମୁତାବକ, କୋରାପୁଟ ଓ ମାଲକାନାଗିରି ଜିଲା ସୀମାନ୍ତ ମାଛକୁଣ୍ଡ ଅଞ୍ଚଳରେ ମାଓବାଦୀମାନେ କୌଣସି ଅଘଟଣ ଘଟାଇବା ଲାଗି ଯୋଜନା କରୁଥିବା ଜିଲା ପୋଲିସ ସୂଚନା ପାଇଥିଲା। ରବିବାର ଅପରାହ୍ନରେ ଜିଲା ଡିଭିଏଫ ପୋଲିସ ଓ ଅନ୍‌କାଡେଲିସ୍ଥିତ ବିଏସ୍‌ଏଫର ମିଳିତ ଉଦ୍ୟମରେ ମାଛକୁଣ୍ଡ ଅଞ୍ଚଳର ଆନ୍ଧ୍ର ସୀମାବର୍ତ୍ତୀ ଅଞ୍ଚଳରେ ଚଢାଉ କରାଯାଇଥିଲା। ଚଢାଉ ସମୟରେ ଏକ ବଡ ପ୍ଲାଷ୍ଟିକ ଜାରରୁ ସ୍ଲରୀ ଓ ଏମୁଲସନ ଅତ୍ୟାଧୁନିକ ବିସ୍ପୋରକ ପଦାର୍ଥ ୧୮ଟି, ୫୦୦ଟି ଜିଲୋଟିନ ଷ୍ଠିକ, ୩ଟି କ୍ୟାମେରା ଫ୍ଲାସ, ୧୫ ମିଟର ତାର, ୧୨ଶହ ଗ୍ରାମ ସିପ୍ଲଟରସ ତଥା ତରଳ ବିସ୍ପୋରକ ପଦାର୍ଥ, ମାଓବାଦୀ କ୍ୟାଡରଙ୍କ ବହୁ ଫୋଟ ଜବତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri