ବରଗଡ଼ରେ ପୁଣି ବିପୁଳ ପରିମାଣର କଫସିରଫ୍‌ ଜବତ, ୬ଜଣଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ

ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଟାଉନ ଥାନା ପୋଲିସ ଶନିବାର ପୁଣି ବିପୁଳ ପରିମାଣରେ କଫସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଟାଉନ ଥାନା ବରଡ଼ୋଲ ଗ୍ରାମର ସତ୍ୟବାନ ପ୍ରଧାନ(୪୨), ବିକ୍ରମ ପ୍ରଧାନ(୩୭), ବରଗଡ଼ ସିମେଣ୍ଟ ଫ୍ୟାକ୍ଟ୍ରି କେନାଲପଡ଼ାର ଦିଲ୍ଲୀପ ବାଦୀ(୨୮), ସମ୍ବଲପୁର ଜିଲା ବୁର୍ଲା ଥାନା ଢ଼ିପାପଡ଼ା ଦିନଦୟାଲ ନଗର ନିବାସୀ ସୁରଜ ନାଗ(୪୦), ଗଞ୍ଜାମ ଜିଲା ଗଙ୍ଗାପୁର ଥାନା କେନ୍ଦୁପଦର ମୂଳ ବାସିନ୍ଦା ତଥା ବର୍ତ୍ତମାନ ସମ୍ବଲପୁର ଜିଲା ବୁର୍ଲା ଥାନା ଗୌଡ଼ପାଲିରେ ରହୁଥିବା ସନ୍ତୋଷ କୁମାର ପଣ୍ଡା(୩୮) ଏବଂ ଅନିଲ ମହାନନ୍ଦ(୨୫)। ସେମାନଙ୍କ ପାଖରୁ ୧୩୦ ବୋତଲ କଫ୍‌ ସିରପ୍‌, ୨ଷ୍ଟ୍ରିପ୍‌ ନିଶା ବଟିକା, ଗୋଟିଏ ପଲସର୍‌ ବାଇକ୍‌(ନଂ-ଓଡ଼ି୧୭ଇ ୭୧୯୦), ଗୋଟିଏ ହୋଣ୍ଡା ଲିଭୋ ବାଇକ୍‌, ଗୋଟିଏ ଅଟୋ(ନଂ-ଓଡ଼ି୧୫କ୍ୟୁ ୦୩୦୭), ନଗଦ ୧୮୧୦ ଟଙ୍କା ଏବଂ ୫ମୋବାଇଲ ଜବତ ହୋଇଛି। ଏ ନେଇ ବରଗଡ଼ ଟାଉନ ଥାନା ପୋଲିସ ଏକ ମାମଲା(ନଂ-୫୦/୨୬) ରୁଜୁ କରି ଅଧିକ ତଦନ୍ତ କରୁଛି।

ପ୍ରକାଶ ଥାଉକି, ଗତ ୨୧ତାରିଖ ବରଗଡ଼ ଟାଉନ ଥାନା ପୋଲିସ ୫୦୫୦ ବୋତଲ କଫ୍‌ ସିରପ୍‌ ବରଗଡ଼-କଟାପାଲି ରାସ୍ତାପାର୍ଶ୍ୱ ବାଞ୍ଜିବାହାଲି କେନାଲ ବ୍ରିଜ ନିକଟରେ ରହିଥିବା ଜିଲା ବାହାରେ ଏସଡ଼ିପିଓ ପାହ୍ୟାରେ କାର୍ଯ୍ୟରତ ଜଣେ ପୋଲିସ ଅଧିକାରୀଙ୍କ ଫାର୍ମ ହାଉସରୁ ଜବତ କରିଥିଲା। ଏଥିରେ ସେତେବେଳେ ପୋଲିସ୍‌ ଜଣେ ମହିଳାଙ୍କ ସମେତ ୬ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ୨ ନାବାଳକଙ୍କୁ ଅଟକ ରଖିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ରାଜ୍ୟରେ ବଢ଼ିଲା ତାତି; ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri