ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟଙ୍କ ଭିତରେ ବିରାଟ ଫାଟ, ବୈଠକ ଆରମ୍ଭରୁ ସାମ୍ନାକୁ ଆସିଲା…

ଧର୍ମଶାଳା,୧୪ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଏକ ବୈଠକ ଗୋକର୍ଣ୍ଣେଶ୍ୱର ପୀଠରେ ଅନୁଷ୍ଠିତ ହେଉଥିବା ବେଳେ ସଂଗଠନ ମଧ୍ୟରେ ବିରାଟ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ବୈଠକ ଆରମ୍ଭରୁ ହୋ-ହଲ୍ଲା ହେବା ସହ ଚାଷୀମାନଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। କିଛି ଚାଷୀ ଏହି ବୈଠକରେ ସଂଗଠନ ମୁଖ୍ୟଙ୍କ ଅନୁପସ୍ଥିତି ନେଇ ଜୋରଦାର ବିରୋଧ ପ୍ରଦର୍ଶନ କରିଥିଲେ। ଜାତୀୟ ପତାକା ହଲାଇ ଏହାକୁ ବିରୋଧ କରିଥିଲେ। ପରିସ୍ଥିତି କିଛି ସମୟ ପାଇଁ ଉତ୍ତେଜନା ପୂର୍ଣ୍ଣ ହୋଇ ଉଠିଥିଲା।

ସୂଚନା ଅନୁଯାୟୀ, ସଂଗଠନ ପକ୍ଷରୁ ବିଭିନ୍ନ କୃଷକ ସମସ୍ୟା ଓ ଦାବି ନେଇ ଆସନ୍ତା ୨୨ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ପଦଯାତ୍ରା ପାଇଁ ଏହି ପ୍ରସ୍ତୁତି ବୈଠକ ଡାକାଯାଇଥିଲା। କିନ୍ତୁ ବୈଠକ ସମୟରେ ସଂଗଠନର ରାଜ୍ୟ ସହ-ସଂଯୋଜକ ନିମାଇଁ ରାୟ ଓ ଜିଲା ସଂଯୋଜକ ଦୁର୍ଗା ପ୍ରସାଦ ଦାସଙ୍କ ଅନୁପସ୍ଥିତିକୁ ନେଇ କିଛି ସଦସ୍ୟ ଅସନ୍ତୋଷ ପ୍ରକାଶ କରିଥିଲେ। ଏହାକୁ କେନ୍ଦ୍ର କରି ସଂଗଠନର କର୍ମକର୍ତ୍ତା ଓ କିଛି ସଦସ୍ୟଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଥିଲା। ଜିଲା ସଂଯୋଜକ ମାଧବାନନ୍ଦ ଶାନ୍ତି ବୈଠକକୁ ବିରୋଧ କରିବା ସହ ସଂଗଠନ ମଧ୍ୟରେ କିଛି ସଦସ୍ୟ ଚଞ୍ଚକତା କରୁଥିବା କହିଛନ୍ତି। ଧାନ ମଣ୍ଡି ଓ ନେତାଙ୍କଠାରୁ ମୋଟା ଟଙ୍କା କାରବାର କରି ଚାଷୀମାନଙ୍କ ସହ ଖେଳ ଖେଳୁଛନ୍ତି ବୋଲି ମତ ପ୍ରକାଶ କରିଛନ୍ତି। ଶେଷରେ ନବନିର୍ମାଣ ଯୁବଛାତ୍ର ସଂଗଠନର ରାଜ୍ୟ ସଂଯୋଜକ ଏମ୍‌ଡି. ମନଓ୍ବର ଅଲ୍ଲୀ ଓ ଅନ୍ୟ ସଦସ୍ୟମାନେ ମଧ୍ୟସ୍ଥତା କରି ପରିସ୍ଥିତିକୁ ଶାନ୍ତ କରିଥିଲେ। କିନ୍ତୁ ନବ ନିର୍ମାଣ କୃଷକ ସଂଗଠନର ଭିତରେ ଏକ ବଡ଼ ଫାଟ ସୃଷ୍ଟି ହୋଇଥିବା ଆଜିର ବୈଠକରୁ ବାରି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri