ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି ଟଙ୍କା ହରିଲୁଟ୍‌ ଅଭିଯୋଗରେ ସମ୍ବଲପୁର ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର ଅବକାରୀ କାର୍ଯ୍ୟାଳୟର ନିଲମ୍ବିତ ଜୁନିଅର ଆସିଷ୍ଟାଣ୍ଟ ସନ୍ଦୀପ କୁମାର ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଏଏସ୍‌ଆଇ ଶରତ ଚନ୍ଦ୍ର ବେହେରା। ଏହି ଘଟଣାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଅବସରପ୍ରାପ୍ତ ଏଏସ୍‌ଆଇ ଅଚ୍ୟୁତ ଦେହୁରୀଙ୍କ ସମ୍ପୃକ୍ତି ଥିବା ପୋଲିସ ସୂଚନା ଦେଇଛି।
ସମ୍ବଲପୁର ଏସ୍‌ପିଙ୍କ ସୂଚନା ଅନୁଯାୟୀ, ୨୦୨୨ ନଭେମ୍ବରରୁ ୨୦୨୫ ଅକ୍ଟୋବର ମଧ୍ୟରେ ଏହି ସରକାରୀ ପାଣ୍ଠିର ଆତ୍ମସାତ କରାଯାଇଥିଲା। ଅଡିଟ ସମୟରେ ଆର୍ଥିକ ଅନିୟମିତତା ଜଣାପଡ଼ିବା ପରେ ଅବକାରୀ ବିଭାଗ ପକ୍ଷରୁ ଅଇଁଠାପାଲି ଥାନାରେ ଏତଲା ଦିଆଯାଇଥିଲା। ଅଭିଯୁକ୍ତମାନେ ଆଇଏଫଏମ୍‌ଏସ୍‌ (IFMS) ପୋର୍ଟାଲ ମାଧ୍ୟମରେ ଜାଲ ସାଙ୍କସନ ଅର୍ଡର ପ୍ରସ୍ତୁତ କରି ପେନ୍‌ସନ୍‌ ଏବଂ ବକେୟା ଦରମା ବାବଦରେ କୋଟି କୋଟି ଟଙ୍କା ବେଆଇନ ଭାବେ ଉଠାଇ ନେଇଥିଲେ। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ୨୩,୪୬,୫୦୦ ଟଙ୍କା ନଗଦ ଜବତ କରିବା ସହ ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରେ ଥିବା ପ୍ରାୟ ୪୪ ଲକ୍ଷ ଟଙ୍କାକୁ ଫ୍ରିଜ କରିଛି। ଏହି ଘଟଣାରେ ଆଉ କାହାର ସମ୍ପୃକ୍ତି ରହିଛି, ସେ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri