Posted inଖେଳ

କୋଲ୍‌କାତା ଆଗରେ ୨୨୯ ରନ୍‌ର ବିଶାଳ ଟାର୍ଗେଟ

କୋଲ୍‌କାତା,୧୪।୪: କୋଲ୍‌କାତାର ଇଡେନ୍‌ ଗାର୍ଡେନ୍‌ରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୧୯ତମ ମ୍ୟାଚ୍‌ରେ କୋଲ୍‌କାତା ନାଇଟ୍‌ ରାଇଡର୍ସ ଅଧିନାୟକ ନୀତିଶ ରାଣା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଏଡେନ ମାରକ୍ରମଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଓପ୍‌ନର ହାରି ବ୍ରୁକ୍‌ଙ୍କ ବିସ୍ଫୋରକ ଶତକ ବଳରେ ହାଇଦ୍ରାବାଦ୍‌ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୨୮ ରନ୍‌ କରିଛି। ଫଳରେ କୋଲ୍‌କାତା ନାଇଟ୍‌ ରାଇଡର୍ସ ଆଗରେ ୨୨୯ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ହାଇଦ୍ରାବାଦ।

ଦଳର ଦୁଇ ଓପ୍‌ନର ହାରି ବ୍ରୁକ ଏବଂ ମୟଙ୍କ ଅଗ୍ରୱାଲ ବ୍ୟାଟିଂ କରିବାକୁ ଆସି ପ୍ରାରମ୍ଭିକ ଷ୍ଟାର୍ଟ ଦେଇଥିଲେ। ଦଳୀୟ ସ୍କୋର ୪୧ ରନ୍‌ରେ ମୟଙ୍କ ୯ ରନ୍‌ କରି ଆଉଟ ହୋଇଯାଇଥିଲେ। ସେହିପରି ରାହୁଲ ତ୍ରିପାଠୀ ମଧ୍ୟ ୮ ରନ୍‌ କରି ବିଫଳ ହୋଇଥିଲେ। ପରବର୍ତ୍ତୀ ସମୟରେ ଅଧିନାୟକ ଏଡେନ ମାରକ୍ରମ ଏବଂ ବ୍ରୁକ ଧୈର୍ଯ୍ୟର ସହ ଖେଳି ଦଳ ରନ୍‌କୁ ଆଗକୁ ନେଇଥିଲେ। ଅଧିନାୟକ ଏଡେନ ୨୬ ବଲ୍‌ରେ ୫୦ ରନ୍‌ (୨ ଚୌକ୍କା ଏବଂ ୫ ଛକା) ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଏପରି କି ବ୍ରୁକ ୫୫ ବଲ୍‌(୧୨ ଚୌକା ଏବଂ ୩ ଛକା)ରେ ୧୦୦ ରନ୍‌ର ବିସ୍ଫୋରକ ନଟ୍‌ଆଉଟ୍‌ ଇନିଂସ୍‌ ଖେଳିଥିଲେ। ସେହିପରି ଅଭିଷେକ ଶର୍ମା ୧୬ ବଲ୍‌ରେ ୩୨ ରନ୍‌ କରିଥିବା ବେଳେ ହେନେରିକ୍‌ କ୍ଲାସେଁ ୧୬ ରନ୍‌ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri