Posted inଖେଳ

ପଞ୍ଜାବ ଆଗରେ ୨୫୮ ରନ୍‌ର ବିଶାଳ ଟାର୍ଗେଟ୍‌

ମୋହାଲି,୨୮।୪: ମୋହାଲି ସ୍ଥିତ ବିନ୍ଦ୍ରା ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ଆଇପିଏଲ୍‌ର ୩୮ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶିଖର ଧାଓ୍ବନ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଆରମ୍ଭରୁ ଦମ୍‌ଦାର ବ୍ୟାଟିଂ କରିଥିଲା। ଷ୍ଟୋଇନିସ, ମେୟର୍ସ, ପୁରାନ ଏବଂ ବାଡୋନିଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୫୭ ରନ୍‌ କରିଛି। ଫଳରେ ପଞ୍ଜାବ ଆଗରେ ୨୫୮ ରନ୍‌ର ଏକ ବିଶାଳ ଟାର୍ଗେଟ ରଖିଛି ଲକ୍ଷ୍ନୌ ।
ଲକ୍ଷ୍ନୌର ଦୁଇ ଓପନର କେ.ଏଲ୍‌. ରାହୁଲ ଏବଂ କାଇଲ ମେୟର୍ସ ବ୍ୟାଟିଂ କରିବାକୁ ଆସି ଦ୍ରୁତ ଷ୍ଟାର୍ଟ ଦେଇଥିଲେ। ହେଲେ ରାହୁଲ ୧୨ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। କିନ୍ତୁ ବିସ୍ଫୋରକ ବ୍ୟାଟିଂ ଆରମ୍ଭ କରିଥିଲେ ମେୟର୍ସ। ମେୟର୍ସ ୨୪ଟି ବଲ୍‌ରେ(୭ ଚୌକା ଏବଂ ୪ ଛକା) ୫୪ ରନ୍‌ କରିଥିଲେ। ସେହିପରି ଆୟୁଷ ବାଦୋନି ୪୩ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଅନ୍ୟପକ୍ଷେ ମାର୍କସ ଷ୍ଟୋଇନିସ ୪୦ବଲ୍‌ରେ (୬ ଚୌକା ଏବଂ ୫ ଛକା) ଧୂଆଁଧାର ୭୨ରନ୍‌ କରିଥିଲେ। ନିକୋଲାସ ପୁରନ ୪୫ ରନ୍‌ କରିଥିଲେ । ଫଳରେ ଲକ୍ଷ୍ନୌ ୨୫୭ ରନ୍‌ର ବିଶାଳ ସ୍କୋର ଛିଡ଼ା କରିବାରେ ସଫଳ ହୋଇଥିଲା। ପଞ୍ଜାବ ପକ୍ଷରୁ କାସିଗୋ ରାବାଡା ସର୍ବାଧିକ ୨ ଉଇକେଟ ନେଇଥିବା ବେଳେ ସାମ୍‌ କୁରାନ୍‌ ଏବଂ ଲିଭିଙ୍ଗଷ୍ଟୋନ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri