Posted inଖେଳ

କୋଳାଗ୍ରତ ହେଲେ, ଆଖି ମିଶାଇଲେ ନାହିଁ: ପ୍ରଶଂସକ ଉଠାଇଲେ ପ୍ରଶ୍ନ

ଚେନ୍ନାଇ,୧୮।୨: ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଭ୍ରମଣକାରୀ ଦଳକୁ ୩୧୭ ରନରେ ପରାସ୍ତ କରି ଏକ ଐତିହାସିକ ବିଜୟ ଲାଭ କରିଛି। ଏହି ମ୍ୟାଚର ପ୍ରଥମ ଇନିଂସରେ ରୋହିତ ଶର୍ମା ୧୬୧ ରନ ଖେଳି ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଥିଲେ। ଦ୍ୱିତୀୟ ଇନିଂସରେ ଭାରତୀୟ ଅଧିନାୟକ ବିରାଟ କୋହଲି ଜବରଦସ୍ତ ପ୍ରଦର୍ଶନ କରିଥିଲେ ଏବଂ ସେ କଠିନ ପରିସ୍ଥିତିରେ ୬୨ ରନ ସଂଗ୍ରହ କରିଥିଲେ।
ଚେନ୍ନାଇ ଟେଷ୍ଟରେ ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ଶେଷ ବ୍ୟାଟ୍ସମ୍ୟାନ ଭାବେ ମୋଇନ ଅଲି ଆଉଟ୍‌ ହୋଇଥିଲେ। ତାଙ୍କ ଆଉଟ୍‌ ହେବା ପରେ ଭାରତ ଦ୍ୱିତୀୟ ଟେଷ୍ଟ ଜିତିଥିଲା। ଏହାପରେ ସମସ୍ତ ଭାରତୀୟ ଖେଳାଳି ପରସ୍ପରକୁ ଆଲିଙ୍ଗନ କରି ଅଭିନନ୍ଦନ ଜଣାଇବା ଆରମ୍ଭ କରିଥିଲେ। ଏହି ସମୟରେ ରୋହିତ ଶର୍ମା ଏବଂ ବିରାଟ କୋହଲି ମଧ୍ୟ ପରସ୍ପରକୁ ଆଲିଙ୍ଗନ କରିଥିଲେ ଏବଂ ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତେବେ ରୋହିତ ଏବଂ ବିରାଟ ଆଲିଙ୍ଗନ କରିବା ସମୟରେ ପରସ୍ପରକୁ ଚାହଁି ନ ଥିଲେ। ଅନେକ ୟୁଜର୍ସ ଏହା ଉପରେ ପ୍ରଶ୍ନ ଉଠାଇଛନ୍ତି। ଜଣେ ୟୁଜର୍ସ ମନ୍ତବ୍ୟ ଦେଇଛନ୍ତି, ସେ କୋଳାଗ୍ରତ କରିବାକୁ କିମ୍ବା କେବଳ ହାତ ହଲାଇବାକୁ ଚାହୁଁ ନ ଥିଲେ କି? ଲାଗୁଛି ଯେମିତି ଦୁହେଁ ଅସହଜ ମନେ କରୁଛନ୍ତି। ଏହାପୂର୍ବରୁ ବିରାଟ ଏବଂ ରୋହିତଙ୍କ ମଧ୍ୟ ଝଗଡା ହୋଇଥିବା ଖବର ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା। ବିରାଟ କୋହଲି ଏବଂ ରୋହିତ ଶର୍ମା ଏକଦିବସୀୟ ଏବଂ ଟି -୨୦ କ୍ରିକେଟରେ ବିଶ୍ୱର ଶ୍ରେଷ୍ଠ କ୍ରିକେଟରଙ୍କ ମଧ୍ୟରେ ଅଛନ୍ତି। ବିରାଟ କୋହଲି ସମସ୍ତ ତିନୋଟି ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ହୋଇଥିବାବେଳେ ରୋହିତ ଏକଦିବସୀୟ ଏବଂ ଟି -୨୦ରେ ଭାରତୀୟ ଦଳର ଉପ-ଅଧିନାୟକ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବା...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri