Posted inଖେଳ

କୋଳାଗ୍ରତ ହେଲେ, ଆଖି ମିଶାଇଲେ ନାହିଁ: ପ୍ରଶଂସକ ଉଠାଇଲେ ପ୍ରଶ୍ନ

ଚେନ୍ନାଇ,୧୮।୨: ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଭ୍ରମଣକାରୀ ଦଳକୁ ୩୧୭ ରନରେ ପରାସ୍ତ କରି ଏକ ଐତିହାସିକ ବିଜୟ ଲାଭ କରିଛି। ଏହି ମ୍ୟାଚର ପ୍ରଥମ ଇନିଂସରେ ରୋହିତ ଶର୍ମା ୧୬୧ ରନ ଖେଳି ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଥିଲେ। ଦ୍ୱିତୀୟ ଇନିଂସରେ ଭାରତୀୟ ଅଧିନାୟକ ବିରାଟ କୋହଲି ଜବରଦସ୍ତ ପ୍ରଦର୍ଶନ କରିଥିଲେ ଏବଂ ସେ କଠିନ ପରିସ୍ଥିତିରେ ୬୨ ରନ ସଂଗ୍ରହ କରିଥିଲେ।
ଚେନ୍ନାଇ ଟେଷ୍ଟରେ ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ଶେଷ ବ୍ୟାଟ୍ସମ୍ୟାନ ଭାବେ ମୋଇନ ଅଲି ଆଉଟ୍‌ ହୋଇଥିଲେ। ତାଙ୍କ ଆଉଟ୍‌ ହେବା ପରେ ଭାରତ ଦ୍ୱିତୀୟ ଟେଷ୍ଟ ଜିତିଥିଲା। ଏହାପରେ ସମସ୍ତ ଭାରତୀୟ ଖେଳାଳି ପରସ୍ପରକୁ ଆଲିଙ୍ଗନ କରି ଅଭିନନ୍ଦନ ଜଣାଇବା ଆରମ୍ଭ କରିଥିଲେ। ଏହି ସମୟରେ ରୋହିତ ଶର୍ମା ଏବଂ ବିରାଟ କୋହଲି ମଧ୍ୟ ପରସ୍ପରକୁ ଆଲିଙ୍ଗନ କରିଥିଲେ ଏବଂ ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତେବେ ରୋହିତ ଏବଂ ବିରାଟ ଆଲିଙ୍ଗନ କରିବା ସମୟରେ ପରସ୍ପରକୁ ଚାହଁି ନ ଥିଲେ। ଅନେକ ୟୁଜର୍ସ ଏହା ଉପରେ ପ୍ରଶ୍ନ ଉଠାଇଛନ୍ତି। ଜଣେ ୟୁଜର୍ସ ମନ୍ତବ୍ୟ ଦେଇଛନ୍ତି, ସେ କୋଳାଗ୍ରତ କରିବାକୁ କିମ୍ବା କେବଳ ହାତ ହଲାଇବାକୁ ଚାହୁଁ ନ ଥିଲେ କି? ଲାଗୁଛି ଯେମିତି ଦୁହେଁ ଅସହଜ ମନେ କରୁଛନ୍ତି। ଏହାପୂର୍ବରୁ ବିରାଟ ଏବଂ ରୋହିତଙ୍କ ମଧ୍ୟ ଝଗଡା ହୋଇଥିବା ଖବର ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା। ବିରାଟ କୋହଲି ଏବଂ ରୋହିତ ଶର୍ମା ଏକଦିବସୀୟ ଏବଂ ଟି -୨୦ କ୍ରିକେଟରେ ବିଶ୍ୱର ଶ୍ରେଷ୍ଠ କ୍ରିକେଟରଙ୍କ ମଧ୍ୟରେ ଅଛନ୍ତି। ବିରାଟ କୋହଲି ସମସ୍ତ ତିନୋଟି ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ହୋଇଥିବାବେଳେ ରୋହିତ ଏକଦିବସୀୟ ଏବଂ ଟି -୨୦ରେ ଭାରତୀୟ ଦଳର ଉପ-ଅଧିନାୟକ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri