ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ଥାନୀୟ ଅଞ୍ଚଳର ମୁଖ୍ୟ ହୁମା ବଜାର ପଲିଥିନ ପ୍ଲାଷ୍ଟକ ମୁକ୍ତ କରିବାକୁ ଆହ୍ବାନ ଦେଇଥିଲେ । ବିଡିିଓ ଅଚ୍ୟୁତାନନ୍ଦ ଯାନୀ, ସହକାରୀ ନିର୍ବାହୀଯନ୍ତ୍ରୀ ଅଚ୍ୟୁତାନନ୍ଦ ପଟ୍ଟନାୟକ, ହୁମା ସମିତି ସଭ୍ୟ ଧୃବ ଚରଣ ପଲାଇ, ସରପଞ୍ଚ ଜାନକୀ ଦାସଙ୍କ ସମେତ ପଞ୍ଚାୟତର ବିଭିନ୍ନ ଗ୍ରାମର ଭଦ୍ରବ୍ୟକ୍ତି ଉପସ୍ଥିତ ଥିଲେ ।
ପରେ ବିଧାୟକ ନାୟକ ହୁମା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆୟୁର୍ବେଦିକ ଚିକିତ୍ସାଳୟ ପରିଦର୍ଶନ କରି ଲୋକଙ୍କ ମୌଳିକ ସମସ୍ୟା ତଥା ସ୍ବାସ୍ଥ୍ୟ ସେବା ଠିକ ଚାଲିଛି ନା ନାହିଁ ପଚାରି ବୁଝିଥିଲେ। ଏଥିସହ ଉକ୍ତ ପଞ୍ଚାୟତର ବିଭିନ୍ନ ଗ୍ରାମ ଗୁଡିକରେ ଚାଲିଥିବା ନିର୍ମାଣଧୀନ ପ୍ରକଳ୍ପ ବୁଲି ଦେଖିଥିଲେ । ପ୍ରତ୍ୟେକ ପ୍ରକଳ୍ପ କାର୍ଯ୍ୟ ଉଚ୍ଚ ମାନର କରିବାକୁ ବିଧାୟକ ନାୟକ କଡା ଚେତାବନୀ ଦେଇଥିଲେ । ଏଥିସହ ସ୍ବଚ୍ଛତା ଓ ସୁସ୍ଥ ପରିବେଶ ନିମନ୍ତେ ହୁମା ବଜାରରେ ଥିବା ସମସ୍ତ ଦୋକାନୀ ମାନଙ୍କୁ ଡଷ୍ଟବିନ ପ୍ରଦାନ କରାଯାଇଥିଲା।ଏହି ବ୍ଲକର ପନ୍ଦର ପଞ୍ଚାୟତ ମଧ୍ୟରୁ ହୁମା ପଞ୍ଚାୟତକୁ ଶ୍ରେଷ୍ଠ ପଞ୍ଚାୟତ କରିବାକୁ ମତ ପ୍ରକାଶ ପାଇଥିଛି।

Enter your email to get our daily news in your inbox.

All Right Reserved By Dharitri.Com

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri