Posted inଜାତୀୟ

ବିମାନରେ ମାନବ ବୋମା ଆତଙ୍କ: ଆଉ ତା’ପରେ…

ହାଇଦ୍ରାବାଦ,୧ା୧୧: ଜେଦାହରୁ ହାଇଦ୍ରାବାଦ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବମାନରେ ମାନବ ବୋମା ରହିଥିବା ଧମକପୂର୍ଣ୍ଣ ଇମେଲ୍‌ ଶନିବାର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଏୟାରପୋର୍ଟକୁ ମିଳିବା ପରେ ଉକ୍ତ ବିମାନକୁ ମୁମ୍ବାଇ ନିଆଯାଇ ସୁରକ୍ଷିତ ଅବତରଣ କରାଯାଇଛି।

ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ଅଭିଯୋଗ ଅନୁଯାୟୀ, ସକାଳ ୫ଟା ୩୦ରେ ସେମାନେ ଏକ ଧମକପୂର୍ଣ୍ଣ ଇମେଲ୍‌ ପାଇଥିଲେ। ହାଇଦ୍ରାବାଦ ବିମାନବନ୍ଦରରେ ଇଣ୍ଡିଗୋର ୬ଇ୬୮ ନମ୍ବର ବିମାନ ଅବତରଣକୁ ରୋକିବା ପାଇଁ ସେଥିରେ ସତର୍କ କରିଦିଆଯାଇଥିଲା।

ବିମାନରେ ଏଲ୍‌ଟିଟିଇ-ଆଇଏସ୍‌ଆଇର କେତେଜଣ ଅପରେଟିଭ୍‌ ରହିଛନ୍ତି। ସେମାନେ ୧୯୮୪ର ମାଡ୍ରାସ ଏୟାରପୋର୍ଟ ବିସ୍ଫୋରଣ ଭଳି ଅନୁରୂପ ଆକ୍ରମଣ କରିବାକୁ ଯୋଜନା କରିଥିବା ଇମେଲ୍‌ରେ କୁହାଯାଇଥିଲା। ଏନେଇ ସମସ୍ତଙ୍କୁ ସତର୍କ କରିଦିଆଯିବା ସହ ବିମାନକୁ ମୁମ୍ବାଇ ଏୟାରପୋର୍ଟ ନିଆଯାଇଥିଲା। ସେଠାରେ ସମସ୍ତ ସୁରକ୍ଷାଗତ ଯାଞ୍ଚ କରାଯାଇଥିବା ବେଳେ ମାନବବୋମା ଥିବାର କୌଣସି ସୂଚନା ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri