ଚିନ୍ତାଜନକ ସ୍ଥିତିରେ ହାତୀ-ମଣିଷ କଳି; ୩ ବର୍ଷରେ ଜୀବନ ହରାଇଛନ୍ତି ୬୬୮ ଲୋକ

ଭୁବନେଶ୍ୱର,୨୬।୧୧: ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ଲୋକମାନଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଫଳରେ ହାତୀ ଆକ୍ରମଣରେ ଜନଜୀବନ କ୍ଷୟକ୍ଷତି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ ତଥ୍ୟ ରଖିଛନ୍ତି।

ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତର ଦେଇ ଶ୍ରୀ ଖୁଣ୍ଟିଆ କହିଛନ୍ତି, ଗତ ତିନି ବର୍ଷ ମଧ୍ୟରେ ହାତୀ ଆକ୍ରମଣରେ ରାଜ୍ୟରେ ୬୬୮ ଲୋକ ପ୍ରାଣ ହରାଇଥିବା ବେଳେ ୫୦୯ ଜଣ ଆହତ ହୋଇଛନ୍ତି।

ସ୍ଥିତି ଏପରି ଯେ, ଏହି ସଂଖ୍ୟା ସର୍ବଭାରତୀୟ ସ୍ତରରେ ସର୍ବାଧିକ ରହିଛି। ହାତୀମାନଙ୍କ ଆକ୍ରମଣରେ ଦେଶରେ ସର୍ବଧିକ ମୃତ୍ୟୁ ଓଡ଼ିଶାରେ ହୋଇଛି। କେବଳ ୨୦୨୨-୨୦୨୩ ମସିହାରେ ରାଜ୍ୟରେ ୧୪୯ ଜଣ ମୃତ୍ୟୁ ବରଣ କରିଥିବା ରେକର୍ଡରୁ ଜଣା ପଡିଛି। ସେହିପରି ରାଜ୍ୟରେ ହାତୀ ଉପଦ୍ରଵ ମଧ୍ୟ ବୃଦ୍ଧି ପାଇଛି। ସମାନ ସମୟ ମଧ୍ୟରେ ହାତୀମାନେ ୭୩,୬୨୦ ଏକର ଫସଲ ନଷ୍ଟ କରିବା ସହିତ ୧୦,୨୫୯ ଘରକୁ କ୍ଷତି ପହଞ୍ଚାଇଛନ୍ତି।

ତେବେ ଏହି କ୍ଷୟକ୍ଷତି ଏକପାଖିଆ ନୁହେଁ।ହାତୀ ଆକ୍ରମଣ ପରେ ଲୋକମାନଙ୍କର ପ୍ରତିଶୋଧାତ୍ମକ ଆକ୍ରମଣରେ ହାତୀମାନଙ୍କର ମଧ୍ୟ ମୃତ୍ୟୁ ଘଟିଛି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଗତ ପାଞ୍ଚ ମାସ ମଧ୍ୟରେ ଉଭୟ ସ୍ୱାଭାବିକ ତଥା ଦୁର୍ଘଟଣାଜନିତ ବିବାଦରେ ୪୦ ହାତୀଙ୍କର ମୃତ୍ୟୁ ଘଟିଛି।

ଏହିଭଳି ସ୍ଥିତିରେ ଅନ୍ୟ ବନ୍ୟଜନ୍ତୁ ମଧ୍ୟ ପ୍ରଭାବିତ ହେଉଛନ୍ତି। ଗତ ଛଅ ମାସ ସମୟ ମଧ୍ୟରେ ପାଞ୍ଚ ଚିତାବାଘ ଏବଂ ଅନ୍ୟ ୨୦୦ ବନ୍ୟଜନ୍ତୁ ପ୍ରଜାତିର ଅନ୍ୟ ୨୦୦ ଜଣଙ୍କର ମୃତ୍ୟୁ ଘଟିଥିବା ମନ୍ତ୍ରୀ କହିଛନ୍ତି।

ଅନ୍ୟ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ଖୁଣ୍ଟିଆ କହିଛନ୍ତି ଯେ, କେବଳ କେନ୍ଦ୍ରାପଡା ଜିଲ୍ଲାରେ ଗତ ପାଞ୍ଚ ବର୍ଷ ମଧ୍ୟରେ ବ୍ରାହ୍ମଣୀ, ବୈତରଣୀ ଏବଂ ଖରସ୍ରୋତା ନଦୀରେ କୁମ୍ଭୀର ଆକ୍ରମଣରେ ୨୨ ଜଣ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri