‘ମାନବ ସମ୍ବଳ ହିଁ ଦେଶର ପ୍ରକୃତ ସମ୍ପଦ’

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଭାରତବର୍ଷର ବୃହତ୍‌ ଯୁବଶକ୍ତିକୁ ଦେଶ ଗଠନରେ ନିୟୋଜିତ କରିବାକୁ ହେଲେ ସେମାନଙ୍କ ମଧ୍ୟରେ ଭ୍ରାତୃତ୍ୱବୋଧ, ଜାତୀୟତା ଭାବ ଓ ସମାଜସେବା ଆଦି ଗୁଣର ବିକାଶ କରିବାକୁ ପଡ଼ିବ ା ସମାଜସେବା ମାଧ୍ୟମରେ ସମାଜରେ ପରିବର୍ତ୍ତନ ଓ ଉନ୍ନତି ଆଣିପାରିଲେ ଜାତୀୟ ସେବା ଯୋଜନା ଗଠନର ଲକ୍ଷ୍ୟ ସାଧିତ ହୋଇପାରିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି ା
ଉଚ୍ଚଶିକ୍ଷା ବିଭାଗ ଅଧୀନ ରାଜ୍ୟ ଜାତୀୟ ସେବା ଯୋଜନା ସେଲ୍‌ ପକ୍ଷରୁ ସୋମବାର ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ସେବା ଯୋଜନା ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ସାହୁ କହିଛନ୍ତି, ମାନବ ସମ୍ବଳ ହିଁ ଦେଶର ପ୍ରକୃତ ସମ୍ପଦ ଓ ଏହାର ବିକାଶରେ ଦେଶର ବିକାଶ ହୋଇଥାଏ ା ସ୍ବାଧୀନତା ଆନ୍ଦୋଳନ ସମୟରେ ଗାନ୍ଧିଜୀ ସ୍ବେଚ୍ଛାକୃତ ସେବାର ଯେଉଁ ଉଦାହରଣ ସୃଷ୍ଟି କରିଥିଲେ ତା’ର ପ୍ରାସଙ୍ଗିକତା ଏବେ ମଧ୍ୟ ରହିଛି। ମନ ଭିତରେ ଗୋଷ୍ଠୀଗତ ଭାବନା ଉଦ୍ରେକ ହୋଇପାରିଲେ ସମାଜରେ ଦେଖାଦେଉଥିବା ଅନେକ ଅସଙ୍ଗତି ଦୂରହୋଇପାରିବ। ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପାଳନ ଅବସରରେ ଏପରି ଉତ୍ସବ ଆୟୋଜନ ଅଧିକ ମହତ୍ତ୍ବ ରଖେ ବୋଲି ସେ କହିଛନ୍ତି। ଯୁବକ ଅବସ୍ଥାରେ ମନ ମଧ୍ୟରେ ସମାଜସେବା ଭାବନା ସୃଷ୍ଟି କରାଯାଇପାରିଲେ ଭବିଷ୍ୟତରେ ସେମାନେ ଯେକୌଣସି ବୃତ୍ତିରେ ଥିଲେ ମଧ୍ୟ ସେମାନଙ୍କ କାର୍ଯ୍ୟ ସର୍ବଦା ସମାଜ କଲ୍ୟାଣ ଲାଗି ପ୍ରେରିତ ହେବ ବୋଲି ମନ୍ତ୍ରୀ ସାହୁ କହିଛନ୍ତି ା ସମ୍ପ୍ରତି କୋଭିଡ୍‌-୧୯ ପରିପ୍ରେକ୍ଷୀରେ ସ୍ବେଚ୍ଛାସେବୀମାନେ କୋଭିଡ୍‌ ସ୍ଥିତି ସମ୍ପର୍କରେ ସମସ୍ତଙ୍କୁ ସଚେତନକରି ଅଧିକ ସତର୍କତା ଅବଲମ୍ବନ କରିବା ଉପରେ ପ୍ରମୁଖ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ଉତ୍ସବରେ ୨୦୧୮-୨୯ ବର୍ଷ ନିମନ୍ତେ ୧୨ ଜଣ ସ୍ବେଚ୍ଛାସେବୀ ଓ ୮ ଜଣ କାର୍ଯ୍ୟକ୍ରମ ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ୨୦୧୯-୨୦ ବର୍ଷ ନିମନ୍ତେ ୧୨ ଜଣ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ଏବଂ ୧୦ ଜଣ କାର୍ଯ୍ୟକ୍ରମ ଅଧିକାରୀଙ୍କୁ ପୁରସ୍କୃତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri