ପୁରୀ ଦଳାଚକଟା: ଜିଲାପାଳ, ଏସ୍‌ପିଙ୍କୁ ମାନବାଧିକାର କମିଶନଙ୍କ ନୋଟିସ

ପୁରୀ, ୩୦।୬: ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ ଜାରି କରିଛନ୍ତି। ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ଜବାବ ତଲବ କରିଛନ୍ତ କମିଶନ। ଏହା ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବାକି ରଥଯାତ୍ରା ସଠିକ ଢଙ୍ଗରେ ସମାପନ ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି।

ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।

ବଡ଼ କାର୍ଯ୍ୟାନୁଷ୍ଠାନ  ଭାବରେ ପୁରୀର ଉଭୟ ଜିଲାପାଳ ଓ ଏସପିଙ୍କୁ ବଦଳି କରାଯାଇଛି । ନୂତନ ଜିଲାପାଳ  ଭାବେ  ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି। ପୂର୍ବରୁ ପୁରୀ ଏସପି ଭାବରେ ବିନୀତ ଅଗ୍ରୱାଲ ଓ ଜିଲାପାଳ  ଭାବରେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କାର୍ଯ୍ଯ କରୁଥିଲେ  । ସେହିପରି DCP ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କରାଯାଇଛି। ବରିଷ୍ଠ IAS ଅଫିସର ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ଏଥିସହ ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଘଟଣାର ପୁଙ୍ଖାନୁପୁଙ୍ଖ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri