ପୁରୀ, ୩୦।୬: ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ ଜାରି କରିଛନ୍ତି। ପୁରୀ ଜିଲାପାଳ ଓ ଏସ୍ପିଙ୍କୁ ଜବାବ ତଲବ କରିଛନ୍ତ କମିଶନ। ଏହା ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବାକି ରଥଯାତ୍ରା ସଠିକ ଢଙ୍ଗରେ ସମାପନ ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି।
ଏହି ଘଟଣାକୁ ନେଇ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।
ବଡ଼ କାର୍ଯ୍ୟାନୁଷ୍ଠାନ ଭାବରେ ପୁରୀର ଉଭୟ ଜିଲାପାଳ ଓ ଏସପିଙ୍କୁ ବଦଳି କରାଯାଇଛି । ନୂତନ ଜିଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି। ପୂର୍ବରୁ ପୁରୀ ଏସପି ଭାବରେ ବିନୀତ ଅଗ୍ରୱାଲ ଓ ଜିଲାପାଳ ଭାବରେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କାର୍ଯ୍ଯ କରୁଥିଲେ । ସେହିପରି DCP ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କରାଯାଇଛି। ବରିଷ୍ଠ IAS ଅଫିସର ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ଏଥିସହ ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଘଟଣାର ପୁଙ୍ଖାନୁପୁଙ୍ଖ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।