Posted inଜାତୀୟ

ଏନ୍‌କାଉଣ୍ଟର ହତ୍ୟା ଘଟଣାରେ ନୀରବ ଦ୍ରଷ୍ଟା ସାଜିଛନ୍ତି ମାନବାଧିକାର କମିଶନ, ବିଚାରପତି ଲୋକୁର…

ନୂଆଦିଲ୍ଲୀ,୧।୧୧: ଦେଶରେ ବିଭିନ୍ନ ସମୟରେ ହେଉଥିବା ଏନ୍‌କାଉଣ୍ଟର ହତ୍ୟା ଘଟଣାରେ ଜାତୀୟ ତଥା ରାଜ୍ୟ ମାନବାଧିକାର କମିଶନ କେବଳ ନୀରବଦ୍ରଷ୍ଟା ସାଜିଛନ୍ତି। ଏଭଳି ସଂସ୍ଥାର କୌଣସି ଗୁରୁତ୍ୱ ନ ଥିବା ଭଳି ମନେ ହେଉଛି। ତେଣୁ ଏସବୁ ସଂସ୍ଥାଗୁଡ଼ିକୁ ଉଚ୍ଛେଦ କରିଦେବା ଆବଶ୍ୟକ ବୋଲି ସୁପ୍ରିମ୍‌କୋର୍ଟ ବିଚାରପତି ମଦନ ବି. ଲୋକୁର ଏଭଳି କହି କ୍ଷୋଭ ପ୍ରକାଶ କରିଛନ୍ତି। ଏଭଳି ଘଟଣାରେ ନ୍ୟାୟପାଳିକା ବିସାଦଗ୍ରସ୍ତ ହୋଇପଡ଼ିଥିବା ଲୋକୁର କହିଛନ୍ତି।

୨୦୧୭ରେ ମଣିପୁରରେ ପୋଲିସ ଏବଂ ସୁରକ୍ଷାକର୍ମୀଙ୍କ ଦ୍ୱାରା ଘଟିଥିବା ମୃତ୍ୟୁ ଘଟଣାରେ ଶୀର୍ଷକୋର୍ଟ ସିବିଆଇକୁ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମଣିପୁର ପୋଲିସ ଏହି ଘଟଣାରେ ଏଫ୍‌ଆଇଆର୍‌ ମଧ୍ୟ କରି ନ ଥିଲେ। ମୃତକ ପରିବାରର ଆକୁଳ ଆବେଦନ ନିଷ୍ଫଳ ହୋଇଥିଲା।

କୌଣସି ଆପରାଧିକ ରେକର୍ଡ ନ ଥିଲେ ମଧ୍ୟ ମୃତକଙ୍କୁ ଉଗ୍ରବାଦୀ ଭାବେ ଚିହ୍ନଟ କରାଯାଇଥିଲା। ଇତିମଧ୍ୟରେ ୩ ବର୍ଷରୁ ଅଧିକ ସମୟ ବିତିଯାଇଛି। ମୃତକଙ୍କ ପରିବାରର ସ୍ଥିତି କ’ଣ ତାହା ମଧ୍ୟ ଅଜଣା। କିଏ କାହାକୁ କାହିଁକି ହତ୍ୟା କଲା ତାହା ବି ରହସ୍ୟ ଘେରରେ ବୋଲି ଲୋକୁର କହିଛନ୍ତି।

ଏପରିସ୍ଥଳେ ମାନବାଧିକାର କମିଶନଙ୍କର ଭୂମିକା କିଛି ଅଛି କି ନାହିଁ ତାହା ଲୋକୁର ପ୍ରଶ୍ନ କରିଛନ୍ତି। ହତ୍ୟା କରାଯାଇଥିବା ପରିବାରକୁ ୫ ଲକ୍ଷ ଅବା ୧୦ ଲକ୍ଷ କ୍ଷତିପୂରଣ ଦେଇଦେଲେ କ’ଣ ସବୁ ସମସ୍ୟାର ସମାଧାନ ହୋଇଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?