ମାନବିକ ଅଧିକାର ଦିବସ ପାଳିତ

ବେଗୁନିଆପଡ଼ା,୧୦।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା କୋଦଳା ତାଲୁକା ଲିଗାଲ ସର୍ଭିସେସ୍‌ କମିଟି ପକ୍ଷରୁ ଶନିବାର ମାନବାଧିକାର ଦିବସ ପାଳିତ ହୋଇଯାଇଛି। କୋଦଳା ସରସତୀ ଶିଶୁ ବିଦ୍ୟାମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମରେ ତାଲୁକା ଲିଗାଲ ସର୍ଭିସେସ୍‌ କମିଟି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲା ଜଜ୍‌ ଚିନ୍ମୟ ଗଛାୟତ ଯୋଗ ଦେଇଥିଲେ।
୧୦ ଡିସେମ୍ବର ୧୯୪୮ରେ ମିଳିତ ଜାତିସଂଘର ସାଧାରଣ ସଭାରେ ମାନବାଧିକାରର ସାର୍ବଭୌମ ଘୋଷଣାନାମାକୁ ଅନୁମୋଦନ କରାଯାଇଥିଲା। ଜାତିସଂଘ ଆନୁକୂଲ୍ୟରେ ୧୯୫୦ରୁ ପ୍ରତିବର୍ଷ ମାନବାଧିକାର ଦିବସ ପାଳିତ ହୋଇଆସୁଛି। ବିଶ୍ବର ପ୍ରତ୍ୟେକ ପ୍ରାନ୍ତରେ ଲୋକଙ୍କୁ ସେମାନଙ୍କ ସାମାଜିକ, ସାଂସ୍କୃତିକ, ଶାରୀରିକ ଅଧିକାର ସମ୍ପର୍କରେ ସଚେତନ କରିବା ଏହି ଦିବସ ପାଳନର ମୂଳ ଲକ୍ଷ୍ୟ। ସମସ୍ତଙ୍କୁ ସମାନ ସୁଯୋଗ ଦିଆଯିବା ସହ ଭେଦଭାବ ଭଳି ସମସ୍ୟାର ସମାଧାନ ପାଇଁ ଜାତିସଂଘ ମାନବାଧିକାର ଦିବସ ପାଳନ କରିବାକୁ ଉତ୍ସାହିତ କରିଥାଏ। ତେବେ ସମସ୍ତଙ୍କ ପାଇଁ ନ୍ୟାୟ, ସାଧୀନତା ଓ ମର୍ଯ୍ୟାଦା ପରିପ୍ରେକ୍ଷୀରେ ଆମ ଦେଶରେ ଆଜି ‘ମାନବିକ ଅଧିକାର କେତେ ସୁରକ୍ଷିତ’, ଏ ସମ୍ପର୍କରେ ବରିଷ୍ଠ ଆଇନଜୀବୀ ମାନେ ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଭାପତି ପୂର୍ଣ୍ଣଚନ୍ଦ୍ର ମିଶ୍ର, ବରିଷ୍ଠ ଆଇନଜୀବୀ ସୁବାସ ଚନ୍ଦ୍ର ସାହୁ, ତାରିଣୀ ପଟ୍ଟନାୟକ, ସୋମନାଥ ବେହେରା, ପ୍ରଫୁଲ୍ଲ ମିଶ୍ର, ପ୍ରଧାନ ଆଚାର୍ଯ୍ୟ ରଜନୀକାନ୍ତ ବେହେରା, ବିଜୟାଲକ୍ଷ୍ମୀ ପଟ୍ଟନାୟକ, ଜର୍ମି ଅଲ୍ଲୀ ଖାଁ, ଉପସଭାପତି ବାମଦେବ ପଣ୍ଡା ଛାତ୍ରୀଛାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଜିଲା କୋର୍ଟ ଜୁନିଅର କିରାଣି ଦିଲ୍‌ଦାର୍‌ ଦିଲସନ ଆଲମ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

ବଡ଼ଖେମୁଣ୍ଡି ହାଇସ୍କୁଲରେ ଶିକ୍ଷକ ଅଭାବ; ସ୍ମାରକପତ୍ର ଦେଲେ ଛାତ୍ର

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲରେ ଦୀର୍ଘଦିନ ହେଲା ଆବଶ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଯାହାଫଳରେ ଛାତ୍ରଙ୍କ ପାଠପଢା…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri