ନୀଳଗିରିରେ ନରବଳି ଉଦ୍ୟମ

ନୀଳଗିରି,୭ା୭(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଧୋବଶିଳା ପଞ୍ଚାୟତର କଇଁଫୁଲିଆରେ ନିଛାଟିଆ ରାସ୍ତାରୁ ଜଣେ ଯୁବକଙ୍କୁୁ ଟେକି ନେଇ ନରବଳି ଉଦ୍ୟମ କରାଯିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ତନ୍ତ୍ର ସାଧନା ପାଇଁ ଜଣେ ତାନ୍ତ୍ରିକ ଓ ତାଙ୍କର ୪ ସହଯୋଗୀ ବୁଧବାର ରାତିରେ ଏଭଳି କାଣ୍ଡ ଘଟାଇଥିବା ବେଳେ ଉପସ୍ଥିତ ବୁଦ୍ଧି ଖଟାଇ ଅପହୃତ ଯୁବକ ଜଣକ ସେମାନଙ୍କ କବଳରୁ ବର୍ତ୍ତି ଯାଇଛନ୍ତି। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଜାରି ରଖିଛି। ତାନ୍ତ୍ରିକ ଓ ତାଙ୍କ ସହଯୋଗୀମାନେ ଗିରଫ ଭୟରେ ଫେରାର ହୋଇଯାଇଛନ୍ତି।
ସୂଚନା ଅନୁଯାୟୀ, କେରାଟପଡ଼ିଆ ଗଁାର ହରିଶ୍ଚନ୍ଦ୍ର ନାୟକଙ୍କ ପୁଅ ତପନ (୨୧) ବୁଧବାର ଧୋବଶିଳା ବଜାରକୁ ଯାଇ ସନ୍ଧ୍ୟା ସାଢ଼େ ୭ଟା ସମୟରେ ଘରକୁ ଫେରୁଥିଲେ। ଏହି ସମୟରେ ନିଛାଟିଆ ରାସ୍ତାରେ ୪ ଅଜଣା ବ୍ୟକ୍ତି ତାଙ୍କୁ ଅଟକାଇ ମୁହଁରେ କିଛି ଶୁଙ୍ଘାଇ ଦେବାରୁ ସେ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ରାତି ୧୦ଟାରେ ଚେତା ଫେରିବା ବେଳକୁ ସ୍ବର୍ଣ୍ଣଚୂଡ଼ ଜଙ୍ଗଲର କଇଁଫୁଲିଆ ଠାକୁରାଣୀଙ୍କ ପୀଠରେ ସେ ନିଜକୁ ଠାବ କରିଥିଲେ। ସେଠାରେ ତରାମନଟୀ ଗ୍ରାମର ଜଣେ ତାନ୍ତ୍ରିକ ଓ ବରହମପୁର ଥାନା ଅଞ୍ଚଳର ୪ ସହଯୋଗୀ ପୂଜାର୍ଚ୍ଚନା କରୁଥିବା ସେ ଦେଖିବାକୁ ପାଇଥିଲେ। ସେମାନେ ତାଙ୍କୁ ବଳି ପକାଇବା ପାଇଁ ଯୋଜନା କରୁଥିବା ସନ୍ଦେହ କରି ପରିସ୍ରା ଯିବା ବାହାନାରେ ତପନ ସେଠାରୁ ଦୌଡ଼ି ପଳାଇ ଆସିଥିଲେ। କିଛି ବାଟ ଆସିବା ପରେ ରାତି ପ୍ରାୟ ସାଢ଼େ ୧୦ଟା ସମୟରେ ଡାହାଣୀମରା ଅଞ୍ଚଳର ଜଣେ ଦୋକାନୀଙ୍କ ପାଖରେ ପହଞ୍ଚତ୍ ତାଙ୍କ ମୋବାଇଲରୁ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ସେଠାରେ ପହଞ୍ଚତ୍ ତପନଙ୍କୁୁ ଘରକୁ ଆଣିଥିଲେ। ଗୁରୁବାର ପରିବାର ଲୋକେ ସମ୍ପୃକ୍ତ ତାନ୍ତ୍ରିକଙ୍କୁ ତାଙ୍କ ଘରେ ଖୋଜାଖୋଜି କରିଥିବା ବେଳେ ସେ ଫେରାର ଥିବା ଜାଣିବାକୁ ପାଇଥିଲେ। ଘଟଣା ସମ୍ପର୍କରେ ତପନଙ୍କ ମା’ ସସ୍ମିତା ନାୟକ ନୀଳଗିରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଆଇଆଇସି ଗୋପାଳ ଚନ୍ଦ୍ର କର୍ଣ୍ଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri