ଭୂଇଁରେ ମୁଣ୍ଡ ବାଡେଇ ବାଡେଇ କାନ୍ଦୁଛନ୍ତି, ଧନ ତୁ ଫେରିଆରେ କହି ଲୋଟି ପଡ଼ୁଛନ୍ତି ଡେଙ୍ଗ ଗାଁ ଲୋକେ

ଭୁବନେଶ୍ୱର/ବଲାଙ୍ଗୀର,୧୮।୧୧( ସୁନିଲ କୁମାର ମହାନ୍ତି): ସବୁଦିନ ପାଇଁ ଆଖି ବୁଜିଛନ୍ତି କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଚିର ନିଦ୍ରାରେ ଶୋଇଯାଇଛନ୍ତି ହ୍ୟୁମାନ। ତାଙ୍କୁ ଭଲ ପାଉଥିବା ପ୍ରତ୍ୟୋକଟି ଲୋକଙ୍କ ଆଖିରେ ଅସରନ୍ତି ଲୁହ। ଯେମିତି ଆଖିର ଲୁହ ବୋଲ ମାନୁନି। ଜନ୍ମମାଟି କାନ୍ଦୁଛି, ଗାଁର ଗଳି, କନ୍ଦି ଗଛ ଡାଳ ସବୁ କାନ୍ଦୁଛନ୍ତି ତାଙ୍କ ପାଇଁ।
ପୈତୃକ ଗାଁ ବଲାଙ୍ଗୀରର ଡେଙ୍ଗ ଗାଁରେ ହ୍ୟୁମାନଙ୍କୁ ଝୁରିଝୁରି ଗାଁଟା ସାରା ଲୋକଙ୍କ ଲୁହଗୁଡା ବୋହିଯାଉଛି। କହୁଛନ୍ତି କୁଆଡେ ଗଲୁରେ ପୁଅ। ଫେରିଆରେ। ହେ ମୋ ଧନରେ, ଆମେ କେତେ ଆଶା ରଖିଥିଲୁରେ ପୁଅ। ଏମିତି କହି ଭୂଇଁରେ ମୁଣ୍ଡପିଟୁଛନ୍ତି।

 

ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି।

ଗତ କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ମୁଖ୍ୟତଃ ଲିଭର୍ ଓ କିଡନୀ ଜନିତ ଗୁରୁତର ରୋଗ ସହ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ ଆଦିରେ ପୀଡ଼ିତ ଥିଲେ ଏବଂ ଭେଣ୍ଟିଲେଟରରେ ଥିଲେ।

ତାଙ୍କ ସ୍ତ୍ରୀ’ଙ୍କ ସହ ଛାଡପତ୍ର ହେବା ପରେ ହ୍ୟୁମାନ ପୂର୍ବ ଅପେକ୍ଷା ଅଧିକ ମଦ୍ୟପାନ କରୁଥିଲେ, ଯାହା ତାଙ୍କ ସ୍ୱାସ୍ଥ୍ୟକୁ ଅଧିକ ଖରାପ କରିଥିଲା। ଏପରିକି ସେ ଅତୀତରେ ‘ମଦରେ ମଦରେ ତୁ ସାହାରା’ ଭଳି ଗୀତ ମଧ୍ୟ ଗାଇଥିଲେ।

ଗୁରୁତର ଅବସ୍ଥା ଯୋଗୁଁ କଟକର ଏକ ଘରୋଇ ହସ୍ପିଟାଲରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ତାଙ୍କୁ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ନେବାର ଯୋଜନା ଥିବାବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଡାକ୍ତରଙ୍କ ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଆଲୋଚନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri