ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ ମା’ ଶେଫାଳି ସୁନା।
ସେ ଏତଲାରେ ଦର୍ଶାଇଛନ୍ତି ତାଙ୍କ ପୁଅକୁ ନିର୍ଯାତନା ଦିଆଯାଇଛି। ହ୍ୟୁମାନଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ଦାବି କରି ସେ ଏତଲା ଦେଇଛନ୍ତି।

ମୃତ୍ୟୁର କାରଣ ସ୍ପଷ୍ଟ ଯଦିଓ ଲଲ୍ଲେଖ କରାଯାଇନାହିଁ ତେବେ ଅବହେଳା, ଦୁର୍ବ୍ୟବହାର, ଚାପ, ବିଷକ୍ରିୟା, ନିଶାଦ୍ରବ୍ୟ ପ୍ରୟୋଗର ତଦନ୍ତ ଦାବି କରିଛନ୍ତି ହ୍ୟୁମାନଙ୍କ ମା’। ଏଥିସହିତ ଷଡ଼ଯନ୍ତ୍ର, ଆର୍ଥିକ ହେରଫେର୍‌, ଡିଜିଟାଲ ପ୍ରମାଣ ନଷ୍ଟ ସମ୍ପର୍କିତର ମଧ୍ୟ ତଦନ୍ତ ଦାବି କରି ଏତଲା ଦେଇଛନ୍ତି।

ପ୍ରଶାନ୍ତ ବେହେରା, ଲୁଲୁ ମହାନ୍ତି, ଜଗଦ୍ଦୀଶ ମହାନ୍ତିଙ୍କ ଭୂମିକା ସନ୍ଦେହଜନକ ଉଲ୍ଲେଖ ରହିଛି। ଏଥିସହ ଆଉ କିଛି ନିକଟ ସମ୍ପର୍କୀୟଙ୍କ ନାଁ ମଧ୍ୟ ଏତଲାରେ ଉଲ୍ଲେଖ ରହିଛି। ଶ୍ରେୟା ମିଶ୍ର ଓ ତାଙ୍କ ପରିବାର, ଅର୍ପିତା ଚୌଧୁରୀ ଓ ତାଙ୍କ ପରିବାର ନାଁ ଉଲ୍ଲେଖ ରହିଛି। ଅର୍ପିତା ଚୌଧୁରୀଙ୍କ ସମ୍ପତ୍ତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି ହ୍ୟୁମାନଙ୍କ ମା’।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri