ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍ କରି ଲେଖିଛନ୍ତି, ହ୍ୟୁମାନଙ୍କ ଭାବପୂର୍ଣ୍ଣ ସଙ୍ଗୀତ ଅଗଣିତ ଶ୍ରୋତାଙ୍କ ହୃଦୟକୁ ଛୁଇଁଛି। ଓଡ଼ିଆ ସଙ୍ଗୀତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ବିଜେଡି ପାଇଁ ‘ହେ ନବୀନ ବାବୁ..’ ଗୀତ ଗାଇଥିଲେ ହ୍ୟୁମାନ ସାଗର।