”ମାନବ ସେବାହିଁ ମାଧବ ସେବା“

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ବୁଧବାର ଜାତୀୟ ସେବା ଯୋଜନାର ପ୍ରତିଷ୍ଠା ଦିବସପାଳିତ ହୋଇଯାଇଛି । ଏଥି ଉପଲକ୍ଷେ ଆୟୋଜିତ ସଭାରେ କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କର ସଭାପତିତ୍ୱରେ କରିଥିବାବେଳେ ସେବା ଯୋଜନା ୟୁନିଟର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା ଇତିପ୍ରଭା, ଆଇକ୍ୟୁସି ସଂଯୋଜକ ଅଧ୍ୟାପକ କାହ୍ନୁଚରଣ ପାଢୀ, ଯୁବ ରେଡକ୍ରସ ୟୁନିଟର ଉପଦେଷ୍ଟା ଅଧ୍ୟାପକ ରଞ୍ଜନ ଗୌଡ, ଭାରତ ସ୍କାଉଟ ଓ ଗାଇଡର ପ୍ରଶିକ୍ଷିକା ତଥା ଅଧ୍ୟାପିକା କୁମାରୀ ପ୍ରିୟଦର୍ଶିନୀ ପ୍ରଧାନ, ଇତିହାସ ଅଧ୍ୟାପିକା ସସ୍ମିତା ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଜାତୀୟ ସେବା ଯୋଜନାରର ମହତ୍ତ୍ୱ ସମ୍ପର୍କରେ ଛାତ୍ରୀ ଛାତ୍ର ମାନଙ୍କୁ ସଚେତନ କରାଇଥିଲେ।”ମାନବ ସେବାହିଁ ମାଧବ ସେବା ” ବୋଲି ସଭାରେ ମତପ୍ରକାଶ ପାଇଥିଲା। କଲେଜ ସ୍ଥିତ ଜାତୀୟ ସେବା ଯୋଜନା ଏନଏସଏସ ୟୁନିଟ୍‌ର ସମସ୍ତ ଛାତ୍ରୀ ଛାତ୍ର,ଅଧ୍ୟାପିକା ଅଧ୍ୟାପକ ବୃନ୍ଦ ସଭାରେ ଉପସ୍ଥିତ ଥିଲେ। ଶେଷରେ ଅଧ୍ୟାପକ ଦେବଦତ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri