Posted inଫୁରସତ

ଫିଲିପାଇନ୍ସରେ ଦେଖାଗଲା ମଣିଷ ଉଚ୍ଚତାର ବାଦୁଡ଼ି

ନୂଆଦିଲ୍ଲୀ, ୨୮।୬- ଚାଇନାରୁ ସୃଷ୍ଟି ହୋଇଥିବା କରୋନା ଭାଇରସ ଯୋଗୁ ଇତିମଧ୍ୟରେ ବିଶ୍ୱରେ ଏକ କୋଟିରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇସାରିଛନ୍ତି। ସେହିଭଳି ୫ ଲକ୍ଷ ଲୋକଙ୍କ ଜୀବନ ମଧ୍ୟ ନେଇସାରିଛି କରୋନା। ଏହି ମାରାତ୍ମକ ଭାଇରସ ବାଦୁଡ଼ିଙ୍କଠାରୁ ଉତ୍ପନ ହୋଇଥିବା ନେଇ ଆରମ୍ଭରୁ ଚର୍ଚ୍ଚା ହେଉଥିଲା। ଏଭଳି ଏକ ସମୟରେ ଫିଲିପାଇନ୍ସରେ ମଣିଷ ଆକୃତିର ଏକ ବିଶାଳ ବାଦୁଡ଼ି ଦେଖିବାକୁ ମିଳିଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଜଣେ ବ୍ୟକ୍ତିଙ୍କ ଘର ସାମ୍ନାରେ ଝୁଲି କରି ରହିଥିବା ଏହି ବିଶାଳକାୟ ବାଦୁଡ଼ିକୁ ଦେଖି ଲୋକ ଭୟଭୀତ ହୋଇପଡ଼ିଛନ୍ତି। ଏହା ପାଖାପାଖି ୬ ଫୁଟ୍‌ ଉଚ୍ଚତାର ହେବ ବୋଲି ଜଣାପଡ଼ିଛି। ଆଲେକ୍ସ ନାମକ ଜଣେ ବ୍ୟକ୍ତି ଏହି ବାଦୁଡିର ଫଟୋ ଟୁଇଟର୍‌ରେ ଶେୟାର କରିବା ପରେ ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ‘ଫିଲଇପାଇନ୍ସରେ ଏଭଳି ବିଶାଳକାୟ ବାଦୁଡ଼ି ଦେଖାଯାଆନ୍ତି’ ଫଟୋ ତଳେ ସେ କ୍ୟାପ୍‌ସନରେ ଉଲ୍ଲେଖ କରିଛନ୍ତି। କିଛି ଲୋକ ଏହି ବିଶାଳକାୟ ବାଦୁଡ଼ିକୁ କରୋନା ମହାମାରୀ ସହ ଯୋଡ଼ି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri