ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ ପୋଡି ଦିଆଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ ସୋରଡ଼ା ଥାନା ଅଧିକାରୀ ସୁଧୀର ସାହୁ ଓ ଆସିକା ଏସ୍‌ଡିପିଓ ସନ୍ତୋଷ ଜେନା ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ମିଳିଥିବା ସୂଚନା ମୁତାବକ, ସୋରଡ଼ା ଥାନା ଅଧୀନ ଗାଜଲବାଡି ପଞ୍ଚାୟତର ଖଜୁରୀପଲି ଗ୍ରାମ ନିକଟସ୍ଥ କୋଟାମଣି ପାହାଡ ଅଞ୍ଚଳରେ ଶନିବାର କେତେଜଣ ଗ୍ରାମବାସ ଜାଲେଣି କାଠ ସଂଗ୍ରହ ପାଇଁ ଯାଇଥିଲେ। ଏହି ସମୟରେ ଗ୍ରାମବାସୀ ଜଙ୍ଗଲ ଭିତରେ ମଣିଷ କଙ୍କାଳ ଓ ପଞ୍ଜରା ହାଡ ପଡ଼ିଥିବା ଦେଖିବାକୁ ପାଇଥିଲେ। ସେମାନେ ଭୟଭୀତ ହୋଇ ଚାଲିଆସି ଗାଜଲବାଡି ସରପଞ୍ଚକୁ ଜଣାଇଥିଲେ। ଏହି ସମ୍ପର୍କରେ ସରପଞ୍ଚ ସୋରଡ଼ା ଥାନାକୁ ଖବର ଦେଇଥିଲେ।

ପରେ ଘଟଣାସ୍ଥଳରେ ସୋରଡ଼ା ଥାନା ଅଧିକାରୀ ସାହୁ ଓ ଏସ୍‌ଡିପିଓ ଜେନା ଘଟଣା ସ୍ଥଳରେ ପହଞ୍ଚି ଜଙ୍ଗଲରୁ ଗୋଟିଏ ମଣିଷ ଖପୁରି ଓ ପଞ୍ଜରା ହାଡ ଠାବ କରି ତଦନ୍ତ କରିଛନ୍ତି। ଏଥିସହ ଆଖପାଖ ସ୍ଥାନରେ ଖୋଜାଖୋଜି କରି ପୋଲିସ ମୋବାଇଲ ଫୋନ, ପ୍ୟାଣ୍ଟଶାର୍ଟ, ବେକର ମାଳି ଓ ଗୋଟିଏ ବ୍ରେସଲେଟ୍‌ ମଧ୍ୟ ପାଇଛି। ମିଳିଥିବା ଜିନିଷକୁ ଦେଖିଲେ ଏଠାରେ ଦୁଇଜଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ହତ୍ୟା ପରେ ମୃତଦେହ ପୋଡି ଦେଇଥିବା ପୋଲିସ ସନ୍ଦେହ କରୁଛି। ତେବେ ଘଟଣା ସମ୍ପର୍କରେ ପ୍ରକୃତ ତଥ୍ୟ ମିଳିବା କଷ୍ଟକର ହୋଇପଡିଛି। ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ସାଇଣ୍ଟିଫିକ ଟିମ୍‌କୁ ଅବଗତ କରାଯାଇଛି। ମିଳିଥିବା ସାମଗ୍ରୀରୁ ମୃତକଙ୍କ ବୟସ ୨୦ରୁ ୨୫ ମଧ୍ୟରେ ହୋଇଥିବା ଅନୁମାନ କରାଯାଉଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଗତ୨୮ା୧୧ା୨୪ରେ ଗାଜଲବାଡି ନିକଟସ୍ଥ ସିକୁଳାପଦର ଜଙ୍ଗଲରୁ ଜଣେ ଦରପୋଡା ମହିଳାଙ୍କ ମୃତଦେହକୁ ପୋଲିସ ଜବତ କରିଥିଲା। ଏହାର ତିନିମାସ ପରେ ପୁଣି ଥରେ ଆଉ ଜଣେ ବ୍ୟକ୍ତିଙ୍କ ଖପୁରି ଓ ପଞ୍ଜାରା ହାଡ଼ ଜଙ୍ଗଲରୁ ଠାବ ହେବା ଏହା ପଛରେ ଏକ ର଼୍ୟାକେଟ୍‌ କାମ କରୁଥିବା ସନ୍ଦେହକୁ ଦୃଢୀଭୂତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri