ମଣିଷ-ବନ୍ୟପ୍ରାଣୀ ସଂଘର୍ଷ: ଗଠନ ହେବ ଟାସ୍କଫୋର୍ସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ ହ୍ରାସ କରାଯିବା ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରାଯିବ। ଏ ନେଇ ମଙ୍ଗଳବାର ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ଏହି ଟାସ୍କଫୋର୍ସ ଆସନ୍ତା ୬ ସପ୍ତାହ ମଧ୍ୟରେ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିବ। ସରକାରଙ୍କ ବିଧିବଦ୍ଧ ମଞ୍ଜୁରୀ ମିଳିବା ପରେ ଏହି ମାଷ୍ଟରପ୍ଲାନ୍‌ ଅନୁଯାୟୀ ଅର୍ଥ ବରାଦ କରାଯିବ। ଏହାକୁ ବିନିଯୋଗ କରି ଆଗାମୀ ୩ବର୍ଷ ମଧ୍ୟରେ ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ କମାଇବା ପାଇଁ ବହୁବିଧ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ଆରୁଖ କହିଛନ୍ତି। ଏହି ରାଜ୍ୟସ୍ତରୀୟ ଟାସ୍କାଫୋର୍ସରେ ଅଧ୍ୟକ୍ଷଙ୍କୁ ମିଶାଇ ମୋଟ ୧୮ଜଣ ସଦସ୍ୟ ରହିବେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ତଥା ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ, ଓଡ଼ିଶା ଏହି ଟାସ୍କଫୋର୍ସର ଅଧ୍ୟକ୍ଷ ରହିବେ। ଦକ୍ଷିଣ-ପୂର୍ବ ରେଳପଥ, ପୂର୍ବତଟ ରେଳପଥର ପ୍ରତିନିଧି, ସେସୁ, ୱେସ୍କୋ, ନେସ୍କୋ ଏବଂ ସାଉଥ୍‌କୋର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଗଣ, ପୂର୍ତ୍ତ ବିଭାଗ ମୁଖ୍ୟ ଯନ୍ତ୍ରୀ (ରାସ୍ତା), ଜାତୀୟ ରାଜପଥ କର୍ତ୍ତୃପକ୍ଷ, ଓଡ଼ିଶାର ମୁଖ୍ୟ ସାଧାରଣ ପରିଚାଳକ (ସିଜିଏମ୍‌(ଟି) ଆଣ୍ଡ ଆର୍‌ଓ), ଅନୁଗୋଳ, ରାଉରକେଲା, ଭୁବନେଶ୍ୱର ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ, ଓୟୁଏଟିର ଓଡ଼ିଶା ପ୍ରାଣୀ ଚିକିତ୍ସା ମହାବିଦ୍ୟାଳୟର ଅସ୍ତ୍ରୋପଚାର ଓ ରେଡିଓଲୋଜି ବିଭାଗ ମୁଖ୍ୟ ପ୍ରଫେସର ଡା. ଇନ୍ଦ୍ରମଣି ନାଥ, ଚନ୍ଦକା (ବନ୍ୟପ୍ରାଣୀ) ଡିଭିଜନ୍‌ର ଆଞ୍ଚଳିକ ବନଖଣ୍ଡ ଅଧିକାରୀ, ଅତିରିକ୍ତ ମୁଖ୍ୟ ବନସଂରକ୍ଷକ (ବନ୍ୟପ୍ରାଣୀ), ପୂର୍ତ୍ତ ଏବଂ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଏହି ଟାସ୍କଫୋର୍ସର ସଦସ୍ୟ ରହିବେ। ଏହି କମିଟି ଚାହିଁଲେ ଅନ୍ୟ ଯେ କୌଣସି ବ୍ୟକ୍ତିଙ୍କୁ ଟାସ୍କଫୋର୍ସର ସଦସ୍ୟ ଭାବେ ନେଇପାରିବେ ଏବଂ ଯେ କୌଣସି ବ୍ୟକ୍ତି ବା ଅନୁଷ୍ଠାନର ପରାମର୍ଶ ମଧ୍ୟ ଲୋଡ଼ିପାରିବେ। ସୂଚନାଯୋଗ୍ୟ, ମନୁଷ୍ୟ ଓ ବନ୍ୟପ୍ରାଣୀ ସଂଘର୍ଷକୁ ଯଥାସମ୍ଭବ କମାଇବା ପାଇଁ ପଦକ୍ଷେପ ନେବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇ ଆସୁଛନ୍ତି। କାମ୍ପା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ଡିଏମ୍‌ଏଫ୍‌ ଆଦି ପାଣ୍ଠିରୁ ଏ ଦିଗରେ ଖର୍ଚ୍ଚ ହେଉଥିବା କାର୍ଯ୍ୟକ୍ରମ ଅଧିକ ଫଳପ୍ରଦ ହୋଇପାରିବ। ସେହିପରି ଟାସ୍କଫୋର୍ସ ପ୍ରସ୍ତୁତ ମାଷ୍ଟରପ୍ଲାନ୍‌ ଏ ସମ୍ବନ୍ଧୀୟ ପଦକ୍ଷେପ ପାଇଁ ଅର୍ଥ ବିନିଯୋଗ କ୍ଷେତ୍ରରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ବୋଲି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri