ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ ହ୍ରାସ କରାଯିବା ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରାଯିବ। ଏ ନେଇ ମଙ୍ଗଳବାର ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ଏହି ଟାସ୍କଫୋର୍ସ ଆସନ୍ତା ୬ ସପ୍ତାହ ମଧ୍ୟରେ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିବ। ସରକାରଙ୍କ ବିଧିବଦ୍ଧ ମଞ୍ଜୁରୀ ମିଳିବା ପରେ ଏହି ମାଷ୍ଟରପ୍ଲାନ୍ ଅନୁଯାୟୀ ଅର୍ଥ ବରାଦ କରାଯିବ। ଏହାକୁ ବିନିଯୋଗ କରି ଆଗାମୀ ୩ବର୍ଷ ମଧ୍ୟରେ ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ କମାଇବା ପାଇଁ ବହୁବିଧ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ଆରୁଖ କହିଛନ୍ତି। ଏହି ରାଜ୍ୟସ୍ତରୀୟ ଟାସ୍କାଫୋର୍ସରେ ଅଧ୍ୟକ୍ଷଙ୍କୁ ମିଶାଇ ମୋଟ ୧୮ଜଣ ସଦସ୍ୟ ରହିବେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ତଥା ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ, ଓଡ଼ିଶା ଏହି ଟାସ୍କଫୋର୍ସର ଅଧ୍ୟକ୍ଷ ରହିବେ। ଦକ୍ଷିଣ-ପୂର୍ବ ରେଳପଥ, ପୂର୍ବତଟ ରେଳପଥର ପ୍ରତିନିଧି, ସେସୁ, ୱେସ୍କୋ, ନେସ୍କୋ ଏବଂ ସାଉଥ୍କୋର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଗଣ, ପୂର୍ତ୍ତ ବିଭାଗ ମୁଖ୍ୟ ଯନ୍ତ୍ରୀ (ରାସ୍ତା), ଜାତୀୟ ରାଜପଥ କର୍ତ୍ତୃପକ୍ଷ, ଓଡ଼ିଶାର ମୁଖ୍ୟ ସାଧାରଣ ପରିଚାଳକ (ସିଜିଏମ୍(ଟି) ଆଣ୍ଡ ଆର୍ଓ), ଅନୁଗୋଳ, ରାଉରକେଲା, ଭୁବନେଶ୍ୱର ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ, ଓୟୁଏଟିର ଓଡ଼ିଶା ପ୍ରାଣୀ ଚିକିତ୍ସା ମହାବିଦ୍ୟାଳୟର ଅସ୍ତ୍ରୋପଚାର ଓ ରେଡିଓଲୋଜି ବିଭାଗ ମୁଖ୍ୟ ପ୍ରଫେସର ଡା. ଇନ୍ଦ୍ରମଣି ନାଥ, ଚନ୍ଦକା (ବନ୍ୟପ୍ରାଣୀ) ଡିଭିଜନ୍ର ଆଞ୍ଚଳିକ ବନଖଣ୍ଡ ଅଧିକାରୀ, ଅତିରିକ୍ତ ମୁଖ୍ୟ ବନସଂରକ୍ଷକ (ବନ୍ୟପ୍ରାଣୀ), ପୂର୍ତ୍ତ ଏବଂ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଏହି ଟାସ୍କଫୋର୍ସର ସଦସ୍ୟ ରହିବେ। ଏହି କମିଟି ଚାହିଁଲେ ଅନ୍ୟ ଯେ କୌଣସି ବ୍ୟକ୍ତିଙ୍କୁ ଟାସ୍କଫୋର୍ସର ସଦସ୍ୟ ଭାବେ ନେଇପାରିବେ ଏବଂ ଯେ କୌଣସି ବ୍ୟକ୍ତି ବା ଅନୁଷ୍ଠାନର ପରାମର୍ଶ ମଧ୍ୟ ଲୋଡ଼ିପାରିବେ। ସୂଚନାଯୋଗ୍ୟ, ମନୁଷ୍ୟ ଓ ବନ୍ୟପ୍ରାଣୀ ସଂଘର୍ଷକୁ ଯଥାସମ୍ଭବ କମାଇବା ପାଇଁ ପଦକ୍ଷେପ ନେବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇ ଆସୁଛନ୍ତି। କାମ୍ପା, ଏମ୍ଜିଏନ୍ଆର୍ଇଜିଏସ୍, ଡିଏମ୍ଏଫ୍ ଆଦି ପାଣ୍ଠିରୁ ଏ ଦିଗରେ ଖର୍ଚ୍ଚ ହେଉଥିବା କାର୍ଯ୍ୟକ୍ରମ ଅଧିକ ଫଳପ୍ରଦ ହୋଇପାରିବ। ସେହିପରି ଟାସ୍କଫୋର୍ସ ପ୍ରସ୍ତୁତ ମାଷ୍ଟରପ୍ଲାନ୍ ଏ ସମ୍ବନ୍ଧୀୟ ପଦକ୍ଷେପ ପାଇଁ ଅର୍ଥ ବିନିଯୋଗ କ୍ଷେତ୍ରରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ବୋଲି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କୁହାଯାଇଛି।
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର
ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
Archives


