ମଣିଷ-ବନ୍ୟପ୍ରାଣୀ ସଂଘର୍ଷ: ଗଠନ ହେବ ଟାସ୍କଫୋର୍ସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ ହ୍ରାସ କରାଯିବା ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରାଯିବ। ଏ ନେଇ ମଙ୍ଗଳବାର ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ଏହି ଟାସ୍କଫୋର୍ସ ଆସନ୍ତା ୬ ସପ୍ତାହ ମଧ୍ୟରେ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିବ। ସରକାରଙ୍କ ବିଧିବଦ୍ଧ ମଞ୍ଜୁରୀ ମିଳିବା ପରେ ଏହି ମାଷ୍ଟରପ୍ଲାନ୍‌ ଅନୁଯାୟୀ ଅର୍ଥ ବରାଦ କରାଯିବ। ଏହାକୁ ବିନିଯୋଗ କରି ଆଗାମୀ ୩ବର୍ଷ ମଧ୍ୟରେ ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ କମାଇବା ପାଇଁ ବହୁବିଧ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ଆରୁଖ କହିଛନ୍ତି। ଏହି ରାଜ୍ୟସ୍ତରୀୟ ଟାସ୍କାଫୋର୍ସରେ ଅଧ୍ୟକ୍ଷଙ୍କୁ ମିଶାଇ ମୋଟ ୧୮ଜଣ ସଦସ୍ୟ ରହିବେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ତଥା ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ, ଓଡ଼ିଶା ଏହି ଟାସ୍କଫୋର୍ସର ଅଧ୍ୟକ୍ଷ ରହିବେ। ଦକ୍ଷିଣ-ପୂର୍ବ ରେଳପଥ, ପୂର୍ବତଟ ରେଳପଥର ପ୍ରତିନିଧି, ସେସୁ, ୱେସ୍କୋ, ନେସ୍କୋ ଏବଂ ସାଉଥ୍‌କୋର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଗଣ, ପୂର୍ତ୍ତ ବିଭାଗ ମୁଖ୍ୟ ଯନ୍ତ୍ରୀ (ରାସ୍ତା), ଜାତୀୟ ରାଜପଥ କର୍ତ୍ତୃପକ୍ଷ, ଓଡ଼ିଶାର ମୁଖ୍ୟ ସାଧାରଣ ପରିଚାଳକ (ସିଜିଏମ୍‌(ଟି) ଆଣ୍ଡ ଆର୍‌ଓ), ଅନୁଗୋଳ, ରାଉରକେଲା, ଭୁବନେଶ୍ୱର ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ, ଓୟୁଏଟିର ଓଡ଼ିଶା ପ୍ରାଣୀ ଚିକିତ୍ସା ମହାବିଦ୍ୟାଳୟର ଅସ୍ତ୍ରୋପଚାର ଓ ରେଡିଓଲୋଜି ବିଭାଗ ମୁଖ୍ୟ ପ୍ରଫେସର ଡା. ଇନ୍ଦ୍ରମଣି ନାଥ, ଚନ୍ଦକା (ବନ୍ୟପ୍ରାଣୀ) ଡିଭିଜନ୍‌ର ଆଞ୍ଚଳିକ ବନଖଣ୍ଡ ଅଧିକାରୀ, ଅତିରିକ୍ତ ମୁଖ୍ୟ ବନସଂରକ୍ଷକ (ବନ୍ୟପ୍ରାଣୀ), ପୂର୍ତ୍ତ ଏବଂ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଏହି ଟାସ୍କଫୋର୍ସର ସଦସ୍ୟ ରହିବେ। ଏହି କମିଟି ଚାହିଁଲେ ଅନ୍ୟ ଯେ କୌଣସି ବ୍ୟକ୍ତିଙ୍କୁ ଟାସ୍କଫୋର୍ସର ସଦସ୍ୟ ଭାବେ ନେଇପାରିବେ ଏବଂ ଯେ କୌଣସି ବ୍ୟକ୍ତି ବା ଅନୁଷ୍ଠାନର ପରାମର୍ଶ ମଧ୍ୟ ଲୋଡ଼ିପାରିବେ। ସୂଚନାଯୋଗ୍ୟ, ମନୁଷ୍ୟ ଓ ବନ୍ୟପ୍ରାଣୀ ସଂଘର୍ଷକୁ ଯଥାସମ୍ଭବ କମାଇବା ପାଇଁ ପଦକ୍ଷେପ ନେବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇ ଆସୁଛନ୍ତି। କାମ୍ପା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ଡିଏମ୍‌ଏଫ୍‌ ଆଦି ପାଣ୍ଠିରୁ ଏ ଦିଗରେ ଖର୍ଚ୍ଚ ହେଉଥିବା କାର୍ଯ୍ୟକ୍ରମ ଅଧିକ ଫଳପ୍ରଦ ହୋଇପାରିବ। ସେହିପରି ଟାସ୍କଫୋର୍ସ ପ୍ରସ୍ତୁତ ମାଷ୍ଟରପ୍ଲାନ୍‌ ଏ ସମ୍ବନ୍ଧୀୟ ପଦକ୍ଷେପ ପାଇଁ ଅର୍ଥ ବିନିଯୋଗ କ୍ଷେତ୍ରରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ବୋଲି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri