କରୋନା ଆଗରେ ହାର ମାନିଛି ମାନବିକତା: ୭ଘଣ୍ଟା ଧରି ଘର ବାହାରେ ପଡ଼ିରହିଲା ମୃତଦେହ

କୋଲକାତା,୧୫।୭: ଦେଶରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ତେବେ କରୋନାକୁ ନେଇ କେଉଁଠି ଲୋକ ସଚେତନ ନ ଥିବା ବେଳେ ଆଉ କେଉଁଠି ଲୋକମାନେ ନିଜର ମାନବିକତା ହରାଇ ବସୁଥିବା ଘଟଣା ଦେଖିବାକୁ ମିଳୁଛି। ଇତିମଧ୍ୟରେ ପଶ୍ଚିମବଙ୍ଗ ହାଓ୍ବଡାରୁ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳାଙ୍କ କରୋନାଜନିତ ମୃତ୍ୟୁ ହେବାରୁ ଦୀର୍ଘ ୭ଘଣ୍ଟା ଧରି ତାଙ୍କ ମୃତଦେହ ଘର ବାହାରେ ପଡ଼ିରହିଥିଲା। ଟାହା ପ୍ରଶାସନ ଓ ସମସ୍ତଙ୍କ ପାଇଁ ଏକ ଲଜ୍ଜାଜନକ ଘଟଣା। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳରେ ରହୁଥିବା ୫୪ ବର୍ଷୀୟ ପାର୍ବତୀ ନାମକ ଜଣେ ମହିଳାଙ୍କୁ ଗତ ଗୁରୁବାର ଜ୍ୱର, କାଶ ହେବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥିଲା। ଏହାପରେ ତାଙ୍କୁ ଚିକିତ୍ସା ପାଇଁ ସତ୍ୟବାଲା ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଚିକିତ୍ସା କରିବା ସହ କରୋନା ଯାଞ୍ଚ କରିଥିଲେ। ରିପୋର୍ଟ ଆସି ନ ଥିବାରୁ ତାଙ୍କୁ ଘରକୁ ପଠାଇଦେଇଥଲେ। କିନ୍ତୁ ଏହାପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଆହୁରି ବିଗିଡ଼ିବାକୁ ଲାଗିଥିଲା। ରବିବାର ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରୁ ସୋମବାର ସକାଳେ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିବା ବେଳେ ରାସ୍ତାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପଟେ ସେହିଦିନ ହିଁ ତାଙ୍କର ଯାଞ୍ଚ ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଥିଲା। ଏନେଇ ଜାଣିବା ପରେ ସୋସାଇଟିର ଲୋକ ତାଙ୍କ ମୃତଦେହକୁ ବିଲ୍‌ଡିଂରେ ପ୍ରବେଶ କରାଦେଇ ନ ଥିଲେ। ଫଳରେ ଅନ୍ତିମ ସଂସ୍କାର ପାଇଁ ହାଓ୍ବାଡା ମ୍ୟୁନସିପାଲ କର୍ପୋରେସନ ଅପକ୍ଷୋରେ ଦୀର୍ଘ ୭ଘଣ୍ଟା ଧରି ପରିବାର ଲୋକ ସୋସାଇଟି ବାହାରେ ଛିଡା ହୋଇଥିଲେ। ପରେ ମ୍ୟୁନସିପାଲ କର୍ପୋରେସନ ପହଞ୍ଚିବା ପରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ଏନେଇ ହାଓ୍ବଡା ମ୍ୟୁନସିପାଲ କର୍ପୋରେସନ ନିଜ ସଫେଇରେ କହିଛନ୍ତି, କର୍ମଚାରୀ ଅଭାବ ଯୋଗୁ ଏଭଳି ବିଳାମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri