ବିକଳ୍ପ ଶକ୍ତିର ଉପଯୋଗ ଉପରେ ମାନବ ଜାତିର ଗୁରୁତ୍ୱ

ଭୁବନେଶ୍ୱର,୧୭।୨ (ଅଭୟ ଦାଶ): ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ (ମିନିଷ୍ଟ୍ରି ଅଫ୍‌ ପେଟ୍ରୋଲିୟମ ଆଣ୍ଡ ନାଚୁରାଲ ଗ୍ୟାସ୍‌ ବା ଏମ୍‌ଓପିଏନଜି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ସକ୍ଷମ-୨୦୨୫’ର ଉଦ୍‌ଘାଟନୀ ଉତ୍ସବ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ ସାଇନ୍ସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ତୈଳ ମନ୍ତ୍ରଣାଳୟ ତତ୍ତ୍ୱାବଧାନ ଏବଂ ତୈଳ ଉଦ୍ୟୋଗ ଦ୍ୱାରା ଆୟୋଜିତ ଏକ ଇନ୍ଧନ ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଇଓସିଏଲର ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ଜିଏମ୍‌ ଲ୍ୟୁବସ ଏସ୍‌ ଲକ୍ଷ୍ମଣ ପେରୁମଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟସ୍ତରୀୟ ସଂଯୋଜକ ଓଡ଼ିଶା ତୈଳ ଶିଳ୍ପ ଏବଂ ଆଇଓସିଏଲର ରାଜ୍ୟ ମୁଖ୍ୟ ତଥା ସିଜିଏମ କମଲ ଶୀଲ, ଉତ୍କଳ ସଂସ୍କୃତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱରର ଆସୋସିଏଟ୍‌ ପ୍ରଫେସର (ଓଡ଼ିଶୀ ମ୍ୟୁଜିକ/ସଙ୍ଗୀତ) ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମୁଖ୍ୟ ଡ. ସଙ୍ଗୀତା ଗୋସାଇଁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ସେହିଭଳି ବର୍ତ୍ତମାନ ସମୟରେ ମାନବ ଜାତି ବଞ୍ଚିବା ପ୍ରକୃତି ଏବଂ ସୁସ୍ଥ ପରିବେଶ ଉପରେ ନିର୍ଭର କରିଥାଏ। ଏପରିକି ବିଶ୍ୱ ତାପମାତ୍ରା ପ୍ରଭାବକୁ ହ୍ରାସ କରିବା ପାଇଁ ଜୀବାଶ୍ମ ଇନ୍ଧନର ବ୍ୟବହାର ପ୍ରଥମେ ହ୍ରାସ କରାଯିବା ଉଚିତ ଏବଂ ପର୍ଯ୍ୟାୟକ୍ରମେ ଏହାକୁ ବନ୍ଦ କରାଯିବା ଦରକାର। ଏହି ଦୃଷ୍ଟିକୋଣରୁ ମାନବ ଜାତି ବିକଳ୍ପ ଶକ୍ତିର ଉପଯୋଗ ଉପରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ।
ଉଲ୍ଲେଖଯୋଗ୍ୟ, ସକ୍ଷମ-୨୦୨୫ ହେଉଛି, ପେଟ୍ରୋଲିୟମଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ (ଏମଓପିଏନଜି)ର ତତ୍ତ୍ୱାବଧାନରେ ତୈଳ ଉଦ୍ୟୋଗ ଦ୍ୱାରା ପରିଚାଳିତ ଏକ ଇନ୍ଧନ ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ। ୨୦୨୫ ଫେବୃଆରୀ ୨୮ ପର୍ଯ୍ୟନ୍ତ ଏହି ସଚେତନତା ଅଭିଯାନ ଅନୁଷ୍ଠିତ ହେଉଛି। ଅପରପକ୍ଷରେ ‘ସକ୍ଷମ-୨୦୨୫ ପାଇଁ ଟ୍ୟାଗ ଲାଇନ୍‌ ହେଉଛି, ସବୁଜ ଏବଂ ସ୍ବଚ୍ଛ ଶକ୍ତି ମାଧ୍ୟମରେ ସ୍ବଚ୍ଛ ପରିବେଶ’। ପରିଶେଷର ଗେଲ୍‌ର ଡିଜିଏମ୍‌ (ସମନ୍ବୟ) ନିଗମାନନ୍ଦ ମିଶ୍ରା ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri