ହୁମ୍ମା ଓଭରବ୍ରିଜ କାମ ଅଧାପନ୍ତରିଆ, ବଢୁଛି ଦୁର୍ଘଟଣା

ଛତ୍ରପୁର,୧୭ା୭(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥର ହୁମ୍ମା ଛକଠାରେ ଓଭରବ୍ରିଜ ନିର୍ମାଣ କାର୍ଯ୍ୟ ଅଧାରୁ ବନ୍ଦ ରହିଛି। ଫଳରେ ଏହା ଦୁର୍ଘଟଣା ହଟସ୍ପଟ ସ୍ଥାନ ହୋଇଛି। ବ୍ରହ୍ମପୁର- ଭୁବନେଶ୍ୱରକୁ ଯାତାୟାତ ପାଇଁ ଏନଏଚର ଉକ୍ତ ସ୍ଥାନ ଦେଇ ଯିବାକୁ ପଡିଥାଏ। ଓଭରବ୍ରିଜ କାମ ଅଧାପନ୍ତରିଆ ଥିବାରୁ ଜାତୀୟ ରାଜପଥର ଗୋଟିଏ ଲେନ ବନ୍ଦ ଅଛି । ଅନ୍ୟ ଗୋଟିଏ ଲେନରେ ଉଭୟ ପାର୍ଶ୍ୱରୁ ଯାନବାହାନ ଯାତାୟାତ କରୁଛି। ଏଥିସହ ଉକ୍ତ ଛକରେ ଟର୍ନିଂ ଥିବାରୁ ଏଠାରେ ରାସ୍ତା ମରଣଯନ୍ତା ପାଲଟିଛି। ବ୍ରିଜ ନିର୍ମାଣ କାର୍ଯ୍ୟ ପ୍ରାୟ ୪ବର୍ଷ ହେବ ଚାଲୁଥିବା ବେଳେ ଏ ପର୍ଯ୍ୟନ୍ତ ସରିପାରିଲା ନାହିଁ। ବିଭିନ୍ନ କାରଣ ଦର୍ଶାଇ ଏହି କାର୍ଯ୍ୟ ବନ୍ଦ ରହିଛି। ହୁମ୍ମା ପାଣ୍ଡି ଠାରୁ ଷ୍ଟେଟ ବ୍ୟାଙ୍କ ଛକ ପର୍ଯ୍ୟନ୍ତ ରାସ୍ତାରେ ନାହିଁ ନ ଥିବା ଭିଡ ଦେଖିବାକୁ ମିଳୁଛି। ଓଭରବ୍ରିଜ ନିର୍ମାଣ ବିଳମ୍ବ ହେତୁ ଏହି ରାସ୍ତାରେ ଦୁର୍ଘଟଣା ଏବେ ଦିନକୁ ଦିନ ବଢ଼ିବାରେ ଲାଗିଛି। ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ବି ଅନେକ ସମୟରେ ଅଟକି ରହୁଛି । ହୁମ୍ମା, ପାଳିବନ୍ଧ, ସୁବଳୟା ଏବଂ ମଲାଡ ପଞ୍ଚାୟତବାସୀ ନିତିଦିନିଆ କାର୍ଯ୍ୟ ପାଇଁ ହୁମ୍ମା ବଜାର ଉପରେ ନିର୍ଭରଶୀଳ। ହୁମ୍ମା ହାଟ, ପୋଷ୍ଟ ଅଫିସ, ମେଡ଼ିକାଲ, ପୋଲିସ ଫାଣ୍ଡି, ଆରଆଇ ଅଫିସ, ସ୍କୁଲ, କଲେଜ, ମନ୍ଦିର ଏବଂ ବିଭିନ୍ନ ବ୍ୟାଙ୍କ କାର୍ଯ୍ୟାଳୟ ଥିବାରୁ ପ୍ରତିଦିନ ହଜାର ହଜାର ଲୋକ ଉକ୍ତ ରାସ୍ତା ଦେଇ ଯାତାୟତ କରନ୍ତି। ସେପଟେ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ହୁମ୍ମା ଫାଣ୍ଡି ପୋଲିସ ପକ୍ଷରୁ ନିଜସ୍ବ ଉଦ୍ୟମରେ ବାଉଁଶ ବନ୍ଧାଯିବା ସହ ବୋର୍ଡ଼ ଲାଗିଛି। ଦୁଇ ଥର ନକ୍ସା ପରିବର୍ତ୍ତନ କରାଗଲାଣି । ପ୍ରତ୍ୟେକ ଦିନ କୌଣସି ନା କୌଣସି ଦୁର୍ଘଟଣା ଘଟୁଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ ଶେଷ ନ କରି ଏନଏଚଏଆଇ ଆଖି ବୁଝିଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଯଦି ଖୁବଶୀଘ୍ର ପଦକ୍ଷେପ ଗ୍ରହଣ କରା ନ ଯାଏ ତେବେ ଆଗାମୀ ଦିନରେ ରାସ୍ତା ଅବରୋଧ କରାଯିବ ବୋଲି ଅଞ୍ଚଳବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri