ହମ୍ପସ୍‌ ବଢ଼ାଉଛି ରାଜପଥରେ ଦୁର୍ଘଟଣା

କଣିହାଁ,୨୧।୩(ଡି.ଏନ.ଏ.): ୫୩ନଂ. ଜାତୀୟ ରାଜପଥର କଣିହାଁ ବ୍ଲକ ସଦର ମହକୁମା ଠାରେ ଏକ ନୂଆ ହମ୍ପସ୍‌ ନିର୍ମାଣ କରାଯାଇଛି। ହେଲେ ନିୟମ ଅନୁସାରେ ଗାଡ଼ି ଚାଳକଙ୍କ ଅବଗତି ନିମନ୍ତେ ସେଠାରେ କୌଣସି ସଂକେତ ଦିଆଯାଇ ନାହିଁ। ଫଳରେ ଗତ ୫ ଦିନ ମଧ୍ୟରେ ଏହି ହମ୍ପସ୍‌ରେ ଖସିପଡ଼ି ୨ଜଣ ଗୁରୁତର ହୋଇଥିବାବେଳେ ୧୦ରୁ ଅଧିକ ଆହତ ହୋଇଥିବା ବଜାରବାସୀ ଅଭିଯୋଗ କରିଛନ୍ତି। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଏପରି ଖାମଖିଆଲ କାର୍ଯ୍ୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି।
ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ବଜାର ମଧ୍ୟରେ ରାଜପଥରେ ଦ୍ରୁତଗତିରେ ଗାଡ଼ି ଚାଳନା ଏବଂ ଦୁର୍ଘଟଣା ରୋକିବା ଉଦ୍ଦେଶ୍ୟରେ ହମ୍ପସ୍‌ ନିର୍ମାଣ କରାଯାଇଛି। ହେଲେ ଏହା ଦୁର୍ଘଟଣା ରୋକିବା ପରିବର୍ତ୍ତେ ଦୁର୍ଘଟଣାର କାରଣ ପାଲଟିଛି। ସଡ଼କ ସୁରକ୍ଷା ନିୟମ ଅନୁଯାୟୀ ହମ୍ପସ୍‌ର ଯଥେଷ୍ଟ ପୂର୍ବରୁ ଏ ନେଇ ନିର୍ଦ୍ଦିଷ୍ଟ ସଂକେତ ବ୍ୟବହାର କରାଯିବା କଥା। ଏହାଦ୍ୱାରା ଗାଡ଼ି ଚାଳକମାନେ ହମ୍ପସ୍‌ର ଅବସ୍ଥିତି ସମ୍ପର୍କରେ ସୂଚନା ପାଇପାରିଥାନ୍ତି ଓ ତଦନୁଯାୟୀ ସତର୍କତାର ସହ ଗାଡ଼ି ଚାଳନା କରିଥାନ୍ତି। କିନ୍ତୁ ରାଜପଥ ମରାମତି ବେଳେ ଏନ୍‌ଏଚ୍‌ଏଆଇ ଏଥିପ୍ରତି ଆଦୌ ଗୁରୁତ୍ୱ ଦେଇନାହିଁ। ଏପରି କି ଖାଲଖମା ସାମାନ୍ୟ ମରାମତି କରିଥିଲେ ମଧ୍ୟ ରାସ୍ତା ପାର୍ଶ୍ୱରେ ଥିବା ବଡ଼ ବଡ଼ ଖାଲ ପୂରଣ କରାଯାଇ ନାହିଁ। ଏହା ଦୁର୍ଘଟଣାର କାରଣ ହେଉଥିବା ବେଳେ କଣିହାଁ ମେଡିକାଲ ଟର୍ନିଂ ପଏଣ୍ଟରେ ନୂଆକରି ହମ୍ପସ୍‌ ନିର୍ମାଣ ଓ ସଂକେତ ବ୍ୟବହାର କରା ନ ଯିବା ସମସ୍ୟାକୁ ଅଧିକ ବଢ଼ାଇ ଦେଉଛି। ତୁରନ୍ତ କର୍ତ୍ତୃପକ୍ଷ ଏହାର ପ୍ରତିକାର ବ୍ୟବସ୍ଥା କରିବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ଜିଲା ପରିଷଦ ସଦସ୍ୟ ରଞ୍ଜନ ସାହୁ କହିଛନ୍ତି, ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯିବ। ପ୍ରତିକାର ବ୍ୟବସ୍ଥା କରା ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?