Posted inଜାତୀୟ

ବଜ୍ରପାତରେ ଶତାଧିକ ମୃତ: ବିହାରରେ ୮୩, ୟୁପିରେ ୨୪

ପାଟନା,୨୬ା୬:(ପି.ଟି.):ବିହାରର ବିଭିନ୍ନ ଜିଲାରେ ଗୁରୁବାର ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହେବାରୁ ୨୪ ଘଣ୍ଟା ମଧ୍ୟରେ ୮୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଶିଶୁ ଅଛନ୍ତି। ସେହିପରି ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଓ ବଜ୍ରପାତରେ ୨୪ ଜଣ ପ୍ରାଣ ହରାଇଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ରିପୋର୍ଟ ଅନୁଯାୟୀ ବିହାରରେ ୮୩ ମୃତକଙ୍କ ମଧ୍ୟରୁ କେବଳ ଗୋପାଳଗଞ୍ଜ ଜିଲାରେ ସର୍ବାଧିକ ୧୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମଧୁବଣି ଓ ନଓ୍ବଦାରେ ୮ଜଣ ଲେଖାଏ, ଭାଗଲପୁର ଓ ସିଓ୍ବାନରେ ୬ ଜଣ ଲେଖାଏ, ବାଙ୍କା, ଦରଭଙ୍ଗା ଓ ପୂର୍ବ ଚମ୍ପାରନରେ ୫ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ଅଧିକାଂଶ କ୍ଷେତରେ କାମ କରୁଥିବାବେଳେ ବଜ୍ରପାତର ଶିକାର ହୋଇଥିଲେ। ସେହିପରି ଖଗରିଆ ଓ ଔରଙ୍ଗାବାଦ ଜିଲାରେ ୩ ଜଣ ଲେଖାଏ ବଜ୍ରପାତରେ ପ୍ରାଣ ହରାଇଥିବାବେଳେ ଜେହନାବାଦ, କିଶନଗଞ୍ଜ, ପଶ୍ଚିମ ଚମ୍ପାରନ, ଜାମୁଇ, ପୁର୍ନିଆ, ସୁପୌଲ, କୈମୁର ଏବଂ ବକ୍ସାର ଜିଲାରେ ୨ ଜଣ ଲେଖାଏ, ସରନ, ଶିବହର, ସମସ୍ତିପୁର, ମାଧେପୁରା ଏବଂ ସୀତାମାଢ଼ିରେ ଜଣେ ଲେଖାଏ ମୃତ୍ୟୁ ମୁଖରେ ପଡ଼ିଛନ୍ତି। ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ ବିହାର ଓ ଅନ୍ୟ କେତେକ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଉତ୍ତରପ୍ରଦେଶର ୨୪ ଜଣଙ୍କ ମଧ୍ୟରୁ କେବଳ ଦେଓରିଆ ଜିଲାରେ ୯ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?